ରାଜ୍ୟରେ ଆଉ ୧୨୮ ଛୁଆ କରୋନା ପଜିଟିଭ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 19, 2021

ରାଜ୍ୟରେ ଆଉ ୧୨୮ ଛୁଆ କରୋନା ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୨୮ ଜଣ ଅଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୧୨ଟି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୩୯, ଅନୁଗୋଳରୁ ୨୪, ବାଲେଶ୍ୱରରୁ ୨୫, ବରଗଡ଼ରୁ ଜଣେ, ଭଦ୍ରକରୁ ୧୪, ବଲାଙ୍ଗିରରୁ ୧୭, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୫, ଗଜପତିରୁ ଜଣେ, ଗଞ୍ଜାମରୁ ୮, ଜଗତସିଂହପୁରରୁ ୪୫, ଯାଜପୁରରୁ ୪୯, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୩, କେନ୍ଦୁଝରରୁ ୧୩, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩୨, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୦, ପୁରୀରୁ ୩୨, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୫, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍ ପୁଲ୍‌ରୁ ୮୫ ଜଣ ଚିହ୍ନଟ ହୋଇଛନ୍ତି। ଝାରସୁଗୁଡ଼ା, ନୂଆପଡ଼ା ଓ ବୌଦ୍ଧ ଜିଲ୍ଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୯୮୬ଟି କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୭୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୨ ହଜାର ୩୧୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୫୭୮ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି।

ଏହି ୬୯ ମୃତକଙ୍କ ମଧ୍ୟରେ ଜଗତସିଂହପୁରରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ, ଅନୁଗୋଳ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀରୁ ୪, ମୟୂରଭଞ୍ଜ ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଅଛନ୍ତି।

ଏହା ସହିତ ଜଗତସିଂହପୁର ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଥିବା ବେଳେ କଟକରେ ୫୭୮, ଢେଙ୍କାନାଳରେ ୧୭୨, ଭଦ୍ରକରେ ୧୧୪, ଯାଜପୁରରେ ୧୧୩, ଅନୁଗୋଳରେ ୩୧୮, କେନ୍ଦ୍ରାପଡ଼ାରେ ୧୯୩, ଖୋର୍ଦ୍ଧାରେ ୧,୪୦୭, ପୁରୀରେ ୪୨୦, ମୟୂରଭଞ୍ଜରେ ୨୪୯, କେନ୍ଦୁଝରରେ ୧୫୧ ଓ ନୟାଗଡ଼ ଜିଲ୍ଲାରେ ୧୯୩ରେ ପହଞ୍ଚିଛି।

The post ରାଜ୍ୟରେ ଆଉ ୧୨୮ ଛୁଆ କରୋନା ପଜିଟିଭ୍ appeared first on Odisha Reporter.



from Odisha Reporter https://ift.tt/3AZPkHp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages