ଅନୁଭବଙ୍କ ଆବେଦନରେ ପୂର୍ଣ୍ଣଛେଦ ପକାଇଲେ ହାଇକୋର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 26, 2021

ଅନୁଭବଙ୍କ ଆବେଦନରେ ପୂର୍ଣ୍ଣଛେଦ ପକାଇଲେ ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି। ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।

ସୂଚନାଯୋଗ୍ୟ, ପତ୍ନୀ ବର୍ଷାଙ୍କ ସହ ହୋଇଥିବା ପାରିବାରିକ ବିବାଦକୁ ନେଇ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ ଅନୁଭବ। ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ସେ ଆବେଦନ କରିଥିଲେ। ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ସେ ଆବେଦନ କରିଥିଲେ। ଗତ କିଛି ଦିନ ହେବ ନିୟମିତ ବ୍ୟବଧାନରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବୁଝାମଣା ଚାଲିଥିବା ବେଳେ ଉଭୟଙ୍କ ମଧ୍ୟରେ ସମ୍ମତି ହୋଇପାରି ନାହିଁ।

ଉଭୟଙ୍କ ଭିତରେ ଆପୋଷ ସମାଧାନ ପାଇଁ ପ୍ରକ୍ରିୟା ଚାଲିଥିବା ବେଳେ ତାହା ଫଳପ୍ରଦ ହୋଇପାରି ନ ଥିଲା। ଅପରପକ୍ଷେ, ଅନୁଭବ ଏହାର ତ୍ୱରିତ ଶୁଣାଣି ପାଇଁ ଆବେଦନ କରିଥିଲେ। ଆପୋଷ ବୁଝାମଣା ସମ୍ଭବ ହୋଇପାରୁ ନ ଥିବା ହୃଦୟଙ୍ଗମ କରି ଏହାର ତ୍ୱରିତ ବିଚାର ପ୍ରକ୍ରିୟାକୁ କୋର୍ଟ ପକ୍ଷରୁ ରଦ୍ଦ କରିଦିଆଯାଇଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ଜୁଲାଇ ୯ ତାରିଖରେ ଦୁହେଁ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ସେଦିନ ଉଭୟଙ୍କ ମଧ୍ୟରେ ଦୁଇ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଏହି ସମୟରେ କମିଶନର ଦୁହିଁଙ୍କୁ ବୁଝାସୁଝା କରିଥିଲେ। କିନ୍ତୁ ସେଦିନ ଆପୋଷ ସମଧାନ ହୋଇପାରିନଥିଲା। ଏଥିପାଇଁ ପରେ ପୁଣି ଉଭୟଙ୍କୁ ଦ୍ୱିତୀୟ ତାରିଖ ଦିଆଯାଇଥିଲା। ଦୁହେଁ ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ ମଧ୍ୟ ସମାଧାନର ଦିଗ ବାହାରି ପାରି ନଥିଲା।

ସୂଚନାରୁ ପ୍ରକାଶ, ଛାଡ଼ପତ୍ର ନେଇ କଟକ ଫ୍ୟାମିଲି କୋର୍ଟ ମାମଲା ଦାୟର ହୋଇଥିଲା। ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁନଥିଲେ। ଆଉ କେତେବେଳେ ଅନୁଭବ ଆସୁଥିଲା ବେଳେ ବର୍ଷା ହାଜର ହେଉନଥିଲେ। ଯେଉଁଥିପାଇଁ ଉଭୟଙ୍କ ଭିତରେ ଲାଗି ରହିଥିବା ଛାଡ଼ପତ୍ର ମାମଲାର ବିଚାର ଗଡ଼ି ଗଡ଼ି ଚାଲୁଛି।

The post ଅନୁଭବଙ୍କ ଆବେଦନରେ ପୂର୍ଣ୍ଣଛେଦ ପକାଇଲେ ହାଇକୋର୍ଟ appeared first on Odisha Reporter.



from Odisha Reporter https://ift.tt/3je0GSd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages