ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଦ ପିଇବାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱରରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ଖଣ୍ଡଗିରି ଥାନା ଅନ୍ତର୍ଗତ ରଘୁନାଥ ନଗରରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତ ଯୁବକଙ୍କ ଜଣଙ୍କ ହେଲେ ସନାତନ ରାଉତରାୟ।
ପୁଲିସ ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଥିବା ୪ ଜଣ ମଧ୍ୟରେ ଦୁଇ ଜଣ ମହିଳା ଥିବା ବେଳେ ସେମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସେମାନେ ଚୋରା ମଦ ବ୍ୟବସାୟ କରୁଥିବା ଜଣାପଡ଼ିଥିବା ବେଳେ ସେମାନଙ୍କ ନାଁରେ ପୂର୍ବରୁ ଏକାଧିକ ମାମଲା ମଧ୍ୟ ରହିଛି। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛି। ତାକୁ ଧରିବା ପାଇଁ ପୁଲିସ୍ ଉଦ୍ୟମ ଜାରି ରଖିଛି।
ମିଳିଥିବା ସୂଚନା ଅନୁସାରେ, ମଦ ପିଇବାକୁ କେନ୍ଦ୍ର କରି ସନାତନ ଓ ଅଭିଯୁକ୍ତମାନଙ୍କ ମଧ୍ୟରେ ସାମନ୍ୟ ବଚସା ହୋଇଥିଲା। ପରେ ଏହା ଉଗ୍ର ରୂପ ନେଇଥିଲା। ପରେ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତମାନେ ସନାତନଙ୍କ ଉପରେ ସଂଘବଦ୍ଧ ଭାବେ ଆକ୍ରମଣ କରି ମାରି ଦେଇଥିଲେ।
ସୂଚନାଯୋଗ୍ୟ, ଗତକାଲି କଟକ କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କୁ ବୀଭତ୍ସ ଭାବରେ ହତ୍ୟା କରି ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ସେ କ୍ଷୀର ପାଇଁ ନିକଟସ୍ଥ ବଜାରକୁ ଯାଇ ସ୍କୁଟିରେ ଫେରୁଥିବା ବେଳେ ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ହତ୍ୟା କରାଯାଇଥିଲା। ତାଙ୍କୁ କିଏ କଣ ପାଇଁ ହତ୍ୟା କରିଛି ତାହା ଜଣାପଡ଼ିନାହିଁ।
The post ରାଜଧାନୀରେ ଯୁବକଙ୍କୁ ଛୁରି ଭୁସି ହତ୍ୟା appeared first on Odisha Reporter.
from Odisha Reporter https://ift.tt/3zwNTjI
No comments:
Post a Comment