ମହଙ୍ଗା ଛାଟ, ୧୫ ଦିନରେ ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 31, 2021

ମହଙ୍ଗା ଛାଟ, ୧୫ ଦିନରେ ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ମାସର ପ୍ରଥମ ଦିନରେ ଖାଉଟିଙ୍କ ଉପରେ ପଡିଲା ମହଙ୍ଗା ଛାଟ। ବଢ଼ିଲା ଘରୋଇ ଏଲ୍‌ପିଜି ସିଲିଣ୍ଡର ଦର। ଅଣ ସବ୍‌ସିଡି ଯୁକ୍ତ ଘରୋଇ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ତର ଦାମ୍‌ ୨୫ ଟଙ୍କା ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଅନୁଯାୟୀ ଏବେ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ସିଲିଣ୍ଡର ପିଛା ଖାଉଟିଙ୍କୁ ୮୮୪.୫ ଟଙ୍କା ଦେବାକୁ ପଡିବ।

ଏହାପୂର୍ବରୁ ଅଗଷ୍ଟ ୧୮ରେ ରୋଷେଇ ଗ୍ୟାସ୍‌ ସିଲିଣ୍ଡର ଦର ୨୫.୫୦ ପଇସା ବୃଦ୍ଧି ପାଇଥିଲା। ଗଲା ୧୫ ଦିନ ମଧ୍ୟରେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ଦର ୫୦ ଟଙ୍କା ଯାଏଁ ବୃଦ୍ଧି ପାଇଛି। ସେହିପରି ୧୯ କିଲୋଗ୍ରାମ ବ୍ୟବସାୟିକ ସିଲିଣ୍ଡର ମୂଲ୍ୟରେ ମଧ୍ୟ ବୃଦ୍ଧି ହୋଇଛି। ସିଲିଣ୍ଡର ପିଛା ୧୯ ଟଙ୍କା ଯାଏ ଦାମ୍‌ ବଢ଼ିଛି।

ସୂଚନା ମୁତାବକ, ସରକାରୀ ତୈଳ କମ୍ପାନୀଗୁଡିକ ପ୍ରତି ମାସର ପ୍ରଥମ ଦିନରେ ଗ୍ୟାସ୍‌ ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ କରନ୍ତି। ୨୦୨୧ ବର୍ଷ ଆରମ୍ଭରେ ଅର୍ଥାତ୍‌ ଜାନୁଆରୀ ମାସରେ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ୬୯୪ ଟଙ୍କା ଥିଲା, ଏହା ବର୍ତ୍ତମାନ ୮୮୪ ଟଙ୍କା ୫୦ ପଇସାକୁ ବୃଦ୍ଧି ପାଇଛି। ଗତ ୯ ମାସ ମଧ୍ୟରେ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟରେ ୧୯୦ ଟଙ୍କା ୫୦ ଯାଏଁ ବୃଦ୍ଧି କରାଯାଇଛି।

ପ୍ରତ୍ୟେକ ରାଜ୍ୟରେ ଭିନ୍ନ ଭିନ୍ନ ଟିକସ ରହିଛି , ଯେଉଁ କାରଣରୁ ଏହାର ମୂଲ୍ୟରେ ଅପ୍-ଡାଉନ୍ ହେଉଛି। ବର୍ତ୍ତମାନ କେନ୍ଦ୍ର ସରକାର ଗ୍ରାହକଙ୍କୁ ଗୋଟିଏ ବର୍ଷରେ ୧୨ଟି ଘରୋଇ ସିଲିଣ୍ଡର ଉପରେ ସବସିଡି ପ୍ରଦାନ କରୁଛନ୍ତି। ଯଦି ଜଣେ ଗ୍ରାହକ ଏହାଠାରୁ ଅଧିକ ସିଲିଣ୍ଡର ନେଉଛନ୍ତି, ତେବେ ସେମାନଙ୍କୁ ବଜାର ମୂଲ୍ୟରେ କିଣିବାକୁ ପଡିବ।

The post ମହଙ୍ଗା ଛାଟ, ୧୫ ଦିନରେ ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର appeared first on Odisha Reporter.



from Odisha Reporter https://ift.tt/38AW4iN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages