କାଲିଠୁ ୩ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 23, 2021

କାଲିଠୁ ୩ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୌସୁମୀ ପ୍ରବାହ ଏବେ ଓଡ଼ିଶା ଉପରେ ଦୁର୍ବଳ ଥିବା ସତ୍ତ୍ୱେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା।  ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ  କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛିା

ଆସନ୍ତାକାଲି ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା । ଏହାପରେ ୨୬ ଓ ୨୭ରେ ବି ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାର ଏକାଧିକ ଅଞ୍ଚଳରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ  ।

ସୂଚନାଯୋଗ୍ୟ, ମୌସୁମୀଜନିତ ନିମ୍ନ ଚାପରେଖା  ଉତ୍ତରପୂର୍ବ ଦିଗରେ ପୂର୍ବ ଆସାମ ଯାଏ ଲମ୍ବିଛି। ଏହାର ପୂର୍ବଭାଗ ତା’ର ସାଧାରଣ ଅବସ୍ଥାନରୁ ଉତ୍ତରରେ  ରହୁଥିବାରୁ ମୌସୁମୀ ପ୍ରବାହ ଓଡ଼ିଶା ଉପରେ ଦୁର୍ବଳ ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ,  ଆସନ୍ତା ୨୫,୨୬, ୨୭ କିଛି ଜିଲ୍ଲାରେ ବର୍ଷା  ସହ ଘଡ଼ଘଡ଼ି, ବିଜୁଳି ମାରିବାର ସମ୍ଭାବନା ରହିଛି। ଏହାବାଦ କିଛି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

The post କାଲିଠୁ ୩ ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3mrbzlG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages