ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ହଜାରେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୭୪ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୫୦୧କୁ ବୃଦ୍ଧି ପାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩ ଜଣ ଥିବା ବେଳେ ଅନୁଗୋଳରୁ ୩୨, ବାଲେଶ୍ୱରରୁ ୬୨, ବରଗଡ଼ରୁ ୮, ଭଦ୍ରକରୁ ୩୧, ବୌଦ୍ଧରୁ ୨, କଟକରୁ ୮୧, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧୧, ଗଜପତିରୁ ୪, ଗଞ୍ଜାମରୁ ୮, ଜଗତସିଂହପୁରରୁ ୫୪, ଯାଜପୁରରୁ ୬୦, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୧୮, କୋରାପୁଟରୁ ୭, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨୫ ପୁରୀରୁ ୫୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୫, ସୋନପୁରରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଅଛନ୍ତି। ବଲାଙ୍ଗିର ଜିଲ୍ଲାରୁ କେହି ଚିହ୍ନଟ ହୋଇ ନଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୫୧ ଜଣ ଅଛନ୍ତି।
୮୮୬ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬୯ ହଜାର ୯୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧ ହଜାର ୪୮୬ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ ଯେଉଁ ୬୬ ଜଣ ମୃତକଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ ଅଛନ୍ତି। ସେହିପରି କଟକ ଜିଲ୍ଲାରୁ ୧୩ ଜଣ ଥିବା ବେଳେ ସମ୍ବଲପୁରରୁ ୮, ବରଗଡ଼ରୁ ୭, ବଲାଙ୍ଗିରରୁ ୩, ନୂଆପଡ଼ାରୁ ୨ ଏବଂ ଝାରସୁଗୁଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।
ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୧୫କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୩୦୫, ବଲାଙ୍ଗିରରେ ୧୧୧, କଟକରେ ୪୪୧, ଝାରସୁଗୁଡ଼ାରେ ୧୬୬, କଳାହାଣ୍ଡିରେ ୨୦୨, ନୂଆପଡ଼ାରେ ୮୩, ସମ୍ବଲପୁରରେ ୧୯୪, ସୁବର୍ଣ୍ଣପୁରରେ ୪୮ ଓ ସୁନ୍ଦରଗଡ଼ ଜିଲ୍ଲାରେ ୫୫୮କୁ ବୃଦ୍ଧି ପାଇଛି।
The post ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ମୃତ୍ୟୁ ସଂଖ୍ୟା ସାଢ଼େ ୬ ହଜାର ଡେଇଁଲା appeared first on Odisha Reporter.
from Odisha Reporter https://ift.tt/3lKRkza
No comments:
Post a Comment