ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୧୯ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୫୮ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧, ବରଗଡ଼ରୁ ୩, ଭଦ୍ରକରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫, କଟକରୁ ୯୮, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୨୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୧, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୧୬, କୋରାପୁଟରୁ ୪, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୦, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୨, ପୁରୀରୁ ୨୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୫, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ୍ ପୁଲ୍ରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି।
୮୪୯ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୦ ହଜାର ୭୯୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୮୨୦ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୮୩୪କୁ ବୃଦ୍ଧି ପାଇଛି।
The post ରାଜ୍ୟରେ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୯ ଜଣ ଛୁଆ appeared first on Odisha Reporter.
from Odisha Reporter https://ift.tt/3zuEVTO
No comments:
Post a Comment