ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ହେଉଛନ୍ତି ଛୁଆ, ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ।
୬୨୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୫୯ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୦, ବରଗଡ଼ରୁ ୬, ଭଦ୍ରକରୁ ୮, କଟକରୁ ୫୬, ଦେବଗଡ଼ରୁ ୯, ଢେଙ୍କାନାଳରୁ ୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୩୮, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୮, କୋରାପୁଟରୁ ୧୧, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୭, ନୟାଗଡ଼ରୁ ୧୦, ନୂଆପଡ଼ାରୁ ଜଣେ, ପୁରୀରୁ ୨୯, ରାୟଗଡ଼ାରୁ ୧୨, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟ୍ ପୁଲ୍ରୁ ୪୮ ଜଣ ଚିହ୍ନଟ ହୋଇଛନ୍ତି।
ବୌଦ୍ଧ, ବଲାଙ୍ଗିର, ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ୬୨୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨ହଜାର ୩୨୩ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୬ ହଜାର ୩୩୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮,୪୪୩ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି।
ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁରରୁ ୧୪, ଢେଙ୍କାନାଳରୁ ୮, ଯାଜପୁରରୁ ୬ , ବାଲେଶ୍ୱରରୁ ୫, ଅନୁଗୋଳ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, ନବରଙ୍ଗପୁର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।
ଏହା ସହିତ କଟକ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୩୮କୁ ବୃଦ୍ଧି ପାଇଥିବା ବେଳେ ଜଗତସିଂହପୁରରେ ୨୧୬, ଢେଙ୍କାନାଳରେ ୨୦୮, ଯାଜପୁରରେ ୧୩୬, ବାଲେଶ୍ୱରରେ ୨୬୩, ଅନୁଗୋଳରେ ୩୩୫, କେନ୍ଦ୍ରାପଡ଼ାରେ ୨୧୫, ଭଦ୍ରକରେ ୧୨୫, ମୟୂରଭଞ୍ଜରେ ୨୫୩, କେନ୍ଦୁଝରରେ ୧୫୫, ନବରଙ୍ଗପୁରରେ ୭୦, ପୁରୀରେ ୪୨୩ ଓ ରାୟଗଡ଼ା ଜିଲ୍ଲାରେ ୧୬୬ରେ ପହଞ୍ଚିଛି।
The post ରାଜ୍ୟରେ ୬୨୫ ପଜିଟିଭ୍ଙ୍କ ମଧ୍ୟରୁ ୮୦ ଜଣ ଛୁଆ appeared first on Odisha Reporter.
from Odisha Reporter https://ift.tt/3ki101x
No comments:
Post a Comment