ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 23, 2021

ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ

କଟକ (ଓଡ଼ିଶା ରିପୋର୍ଟର): ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି।

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଲୋକାୟୁକ୍ତ ଦେଇଥିବା ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ଦେଇଥିଲେ। ତା’ ସହିତ ନିଜ ଏଜେନ୍ସି ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ହାଇକୋର୍ଟଙ୍କ ଏହି ରାୟ ବିରୋଧରେ ଲୋକାୟୁକ୍ତ ସୁପ୍ରିମକୋର୍ଟ ଯାଇଥିଲେ। ଏଥିପାଇଁ ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ କରିଛନ୍ତି ବିଧାୟକ ଶ୍ରୀ ପାଣିଗ୍ରାହୀ। ତାଙ୍କ ପକ୍ଷରୁ ମାମଲା ଲଢୁଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ।

ସୂଚନାଯୋଗ୍ୟ, ଗତ ଜୁନ୍ ମାସରେ ବିଧାୟକ ଶ୍ରୀ ପାଣିଗ୍ରାହୀ ଜାମିନ୍‌ ପାଇ ଜେଲ୍‌ରୁ ମୁକୁଳିଥିଲେ। ତାଙ୍କ ନାଁରେ ମୋଟ ୬ଟି ମାମଲା ରହିଛି। ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଜରିଆରେ ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ସେ ଟଙ୍କା ଆଦାୟ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଗଞ୍ଜାମର ଭିନ୍ନ ଭିନ୍ନ ଥାନାରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ଆକାଶ ପାଠକ ଏବେ ବି ଜେଲ୍‌ରେ ଅଛନ୍ତି। ତାଙ୍କ ବାପା ଅଭୟକାନ୍ତ ପାଠକ ଜାମିନ୍‌ରେ ଜେଲ୍‌ରୁ ମୁକୁଳିଛନ୍ତି।

The post ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ appeared first on Odisha Reporter.



from Odisha Reporter https://ift.tt/3j8TQO3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages