ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୩୯ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୧୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୨୩। ଖୋର୍ଦ୍ଧାରୁ ସର୍ବାଧିକ ୨୫୪ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାବାଦ ଅନୁଗୋଳରୁ ୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୨, ଭଦ୍ରକରୁ୧୨, କଟକରୁ ୪୮, ଢେଙ୍କାନାଳରୁ୪, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩୧, ଯାଜପୁର୧୭, ଝାରସୁଗୁଡ଼ା ୪, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ,କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୨, କୋରାପୁଟ ୩ ଓ ମାଲକାନଗିରି ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ୧୩, ନୟାଗଡ଼୫, ପୁରୀରୁ ୧୨, ରାୟଗଡ଼ା୨, ସମ୍ବଲପୁର୧୨, ସୋନପୁରରୁ ୫ , ସୁନ୍ଦରଗଡ଼ ୫ ଓ ଷ୍ଟେଟପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୯୦ ,୦୮୮ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍ ହେଉଛି ୫୮୨୯।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୬୩କୁ ବୃଦ୍ଧି ପାଇଛି। ଏହି୬ ଜଣଙ୍କ ମଧ୍ୟରେ କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି।
The post ୫୩୯କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୭ଜଣ ଛୁଆ appeared first on Odisha Reporter.
from Odisha Reporter https://ift.tt/2XGCAas
No comments:
Post a Comment