ଆଜିଠୁ ୩ ଦିନ ବନ୍ଦ ରହିବ ଜଗା ଦର୍ଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 9, 2021

ଆଜିଠୁ ୩ ଦିନ ବନ୍ଦ ରହିବ ଜଗା ଦର୍ଶନ

ପୁରୀ(ଓଡ଼ିଶା ରିପୋର୍ଟର): ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସ୍ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ ।

ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହି ଏସ୍ଓପି ଅନୁସାରେ କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ବାକି ୬ ଦିନ ଭକ୍ତମାନେ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ  ।

ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ । ମହାପ୍ରଭୁଙ୍କ ପାଇଁ ଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିରକୁ ଯାଇପାରିବେ ।

The post ଆଜିଠୁ ୩ ଦିନ ବନ୍ଦ ରହିବ ଜଗା ଦର୍ଶନ appeared first on Odisha Reporter.



from Odisha Reporter https://ift.tt/2YKuxdh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages