ବିଶାଖାପଟନମ୍: ବନ୍ଧା ହେଲେ ପୂବତନ ବିଧାୟକ। ବିଶାଖାପାଟଣା ପଶ୍ଚିମ ଜୋନ୍ର ପୂର୍ବତନ ବିଧାୟକ ତଥା ୱାଇଏସ୍ଆର୍ସିପି ନେତା ମଲ୍ଲା ବିଜୟ ପ୍ରସାଦଙ୍କୁ ଓଡ଼ିଶା ପୁଲିସ ଗିରଫ କରିଛି। ୨୦୧୯ ଚିଟ୍ଫଟ୍ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଭିଯୋଗରେ ବିଶାଖାପାଟଣାରୁ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଗିରଫ କରିଥିବା ନେଇ ସୂଚନା ମିଳିଛି।
ସୂଚନା ମୁତାବକ, ସୋମବାର କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଏବଂ ବିଶାଖାପାଟଣା ପୁଲିସ ମିଳିତ ଭାବେ ଭାଇଜାଗ ସ୍ଥିତ ଏମ୍ଭି ପ୍ରସାଦଙ୍କ ଘରେ ରେଡ୍ କରିଥିଲା। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ଏଥିସହ ଘରେ ଚଢ଼ଉ କରି ପ୍ରାୟ ୪୫ ଲକ୍ଷ ଟଙ୍କା ଜବତ କରିଛି କ୍ରାଇମବ୍ରାଞ୍ଚ।
ଏମ୍.ଭି. ପ୍ରସାଦଙ୍କ ୱେଲଫେର ଗ୍ରୁପ ଅଫ୍ କମ୍ପାନି ନାଁରେ ୧୨ ଶହ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଓଡ଼ିଶା, ଆନ୍ଧ୍ର, ଛତିଶଗଡ଼ ଆଦି ଅଞ୍ଚଳରୁ ଶହ ଶହ ହିତାଧିକାରୀଙ୍କଠାରୁ କମ୍ପାନି ଟଙ୍କା ଠକେଇ କରିଥିବା ଅଭିଯୋଗ ରହିଛି।
୨୦୦୧ରେ ଏହି କମ୍ପାନି ବିଭିନ୍ନ ଅଞ୍ଚଳରେ ଶାଖା ଖୋଲି ଲୋକଙ୍କଠୁ ଟଙ୍କା ଆଦାୟ କରିଥିଲା। ତେବେ ପରେ ଏହି କମ୍ପାନି ଲୋକଙ୍କୁ ଟଙ୍କା ଫେରାଇ ନଥିବା ଅଭିଯୋଗ ରହିଛି। ଏପରିକି ଓଡ଼ିଶାର ବିଭିନ୍ନ ଥାନାରେ ଏମ୍ଭି ପ୍ରସାଦଙ୍କ ନାଁରେ ମାମଲା ଥିବା ଜଣାପଡିଛି। ଗତକାଲି ଓଡ଼ିଶା ସିଆଇଡି ଟିମ୍ ବିଶାଖାପାଟଣା ଘରେ ଚଢ଼ାଉ କରିଥିଲା।
ତାଙ୍କୁ ପଚରାଉଚରା ପାଇଁ ଓଡ଼ିଶା ଅଣାଯାଇପାରେ। ତାଙ୍କ ନାଁରେ ପୁଲିସ ଆଇପିସିର ଧାରା ୪୦୨, ୪୦୬, ୪୬୭, ୪୬୮, ୪୭୧ ଓ ୧୨୦(ବି) ଅନୁଯାୟୀ ମାମଲା ରୁଜୁ କରିଛି।
The post ଚିଟ୍ଫଣ୍ଡ ଲିଙ୍କ: ବନ୍ଧା ହେଲେ ପୂର୍ବତନ ବିଧାୟକ appeared first on Odisha Reporter.
from Odisha Reporter https://ift.tt/2Yt1WsJ
No comments:
Post a Comment