ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଖଇରା ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 8, 2021

ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଖଇରା ବନ୍ଦ

ସୋର (ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ଆଜି ୬ ଘଣ୍ଟିଆ ଖଇରା ବନ୍ଦ ଡାକରା ଦିଆଯାଇଛି। ଖଇରା ନାଗରିକ ମଞ୍ଚ ପକ୍ଷରୁ ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଖଇରା ଅଞ୍ଚଳରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ସେହିପରି ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ ରଖିବାକୁ ନାଗରିକ ମଞ୍ଚ ପକ୍ଷରୁ ଆହ୍ୱାନ ଦିଆଯାଇଛି।

ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ଦୁଇ ମାସ ପୂରିବାକୁ ବସିଥିଲେ ମଧ୍ୟ ତାକୁ ନ୍ୟାୟ ମିଳିନାହିଁ। ଏହାର ପ୍ରତିବାଦରେ ବନ୍ଦ ଡାକରା ଦିଆଯାଇଥିବା ନାଗକରିକ ମଞ୍ଚ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ତଦନ୍ତ ପ୍ରକ୍ରିୟା ନ ଆଗେଇବା ଓ ଦୋଷୀ ଚିହ୍ନଟ ନ ହେବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ନାଗକରିକ ମଞ୍ଚ।

ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ନିକଟରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ଓ ତାଙ୍କ ଶାଶୁଶ୍ୱଶୁରଙ୍କୁ କ୍ରାଇମବ୍ରାଞ୍ଚ  ଜେରା କରିଥିଲା। ଦୀର୍ଘ ୬ ଘଣ୍ଟାର ଜେରା ଭିତରେ ବିଦ୍ୟାଭାରତୀଙ୍କୁ ୭୦ରୁ ଊର୍ଦ୍ଧ୍ୱ ପ୍ରଶ୍ନ ପଚାରିଥିଲା। ବିଦ୍ୟାଭାରତୀଙ୍କୁ ଜେରା କରିବା ପୂର୍ବରୁ ସୌମ୍ୟରଂଜନଙ୍କ  ବାପା ମା’ଙ୍କ ବୟାନ ରେକର୍ଡ କରିଥିଲା କ୍ରାଇମବ୍ରାଞ୍ଚ।

ସୂଚନାଯୋଗ୍ୟ, ଜୁଲାଇ ୧୨ ତାରିଖ ରାତି ପ୍ରାୟ ୯ଟା ବେଳେ ସୌମ୍ୟରଞ୍ଜନ ଓ ତାଙ୍କ ପତ୍ନୀ ବିଦ୍ୟା ଭାରତୀ ନିଜ ସରକାରୀ ବାସଭବନରେ ଥିଲେ। ଠିକ୍‌ ଏହି ସମୟରେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେଗଜନକ ଥିବାରୁ ତାଙ୍କୁ କଟକରେ ଏକ ଘରୋଇ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ୧୩ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

 

The post ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଖଇରା ବନ୍ଦ appeared first on Odisha Reporter.



from Odisha Reporter https://ift.tt/3BTezM7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages