ଛୁଆଙ୍କ ସଂକ୍ରମଣରେ ଲାଗିଲା ବ୍ରେକ୍‌,୧୦୦ ତଳକୁ ଖସିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 12, 2021

ଛୁଆଙ୍କ ସଂକ୍ରମଣରେ ଲାଗିଲା ବ୍ରେକ୍‌,୧୦୦ ତଳକୁ ଖସିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅନେକ ଦିନ ହେଲା ଦୈନିକ ୧୮ ବର୍ଷରୁ କମ୍ ବର୍ଗର ୧୦୦ରୁ ଅଧିକ କରୋନାରେ ଆକ୍ରାନ୍ତ ହେଉଥିବା ବେଳେ ଗତ ୨୪ ଘଣ୍ଟାରେ ଏଥିରେ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ବର୍ଷରୁ କମ୍ ବର୍ଗର ମାତ୍ର ୫୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଉପରେ ୪୭୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬, ବରଗଡ଼ରୁ  ୨, ଭଦ୍ରକରୁ ୪, ବଲାଙ୍ଗିରରୁ  ଜଣେ , କଟକରୁ ୮୧, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଜଗତସିଂପୁରରୁ ୧୬,  ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୩, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୩,ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୭, ପୁରୀରୁ ୧୯, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୨ ହଜାର ୧୨୮ସୁସ୍ଥ ହୋଇ ସାରିଥିବା ବେଳେ ୬୫୪୮ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାର ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୦୪କୁ ବୃଦ୍ଧି ପାଇଛି। ଏହି ୬ ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଥିବା ବେଳେ ଅନୁଗୋଳ, ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୭୮କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୮୫, ଯାଜପୁରରେ ୧୬୦ ଓ ପୁରୀରେ ୪୪୮ରେ ପହଞ୍ଚିଛି।

The post ଛୁଆଙ୍କ ସଂକ୍ରମଣରେ ଲାଗିଲା ବ୍ରେକ୍‌,୧୦୦ ତଳକୁ ଖସିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3lhy7D9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages