ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୫ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୨ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୬୧ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୪ ଜଣ ଅଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ବରଗଡ଼ରୁ ୩, ଭଦ୍ରକରୁ ୧୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୭, ଗଜପତରୁ ଜଣେ, ଗଞ୍ଜାମ ୧୨, ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୪, ମୟୂରଭଞ୍ଜ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪, ପୁରୀ ୭, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୬ ଜଣ ଅଛନ୍ତି। ସେହିଭଳି ଷ୍ଟେଟ୍ ପୁଲ୍ରୁ ୬୩ଜଣ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୦୬ ହଜାର ୩୨୦ଜଣ ସୁସ୍ଥ ହୋଇସାରିଛନ୍ତି। ୫,୭୩୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ଜଣଙ୍କ ସଂପର୍କରେ ତଥ୍ୟ ପ୍ରଦାନ କରିଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୩୫ କୁ ବୃଦ୍ଧି ପାଇଛି।
The post ରାଜ୍ୟରେ ୬୨୩ କରୋନା ଆକ୍ରାନ୍ତ ମଧ୍ୟରୁ ୯୫ ଜଣ ଛୁଆ appeared first on Odisha Reporter.
from Odisha Reporter https://ift.tt/2Xu4dn0
No comments:
Post a Comment