୫୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୪ ଜଣ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 27, 2021

୫୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୪ ଜଣ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ  ୫୪୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୪୫ ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୋଳରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୭, ବରଗଡ଼ରୁ ଜଣେ, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨, କଟକରୁ ୭୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ୧୧, ଜଗତସିଂହପୁରରୁ ୩୭, ଯାଜପୁର୨୦, ଝାରସୁଗୁଡ଼ା ୮, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୨ ଓ ମୟୂରଭଞ୍ଜରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନବରଙ୍ଗପୁରରୁ ୩, ପୁରୀରୁ ୬, ରାୟଗଡ଼ାରୁ ୩, ସମ୍ବଲପୁରରୁ ୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟପୁଲରୁ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୫,୩୦୯କୁ  ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୧,୪୮୨ ସୁସ୍ଥ ହୋଇ ସାରିଥିବା ବେଳେ ୫,୫୮୭ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ  ଥିବା ବେଳେ ଜଗତସିଂହପୁରରୁ ୨ ଜଣ ଅଛନ୍ତି।

ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୩୫, ଗଞ୍ଜାମରେ ୪୭୪, ଯାଜପୁରରେ ୧୬୬, କେନ୍ଦ୍ରାପଡ଼ାରେ ୨୪୫ ଓ ଜଗତସିଂହପୁରରେ ୩୦୨ରେ ପହଞ୍ଚିଛି।

The post ୫୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୪ ଜଣ ଛୁଆ appeared first on Odisha Reporter.



from Odisha Reporter https://ift.tt/3kJMMbl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages