ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଛୁଆଙ୍କ ସଂକ୍ରମଣ ନେଇ ଘାରୁଛି ଚିନ୍ତା। କୋଭିଡ୍ ସଂକ୍ରମଣର ମାସେ ଭିତରେ ଶିଶୁଙ୍କ ମଧ୍ୟରେ ଏମଆଇ ସିଣ୍ଡ୍ରୋମ ବଢ଼ୁଥିବା ସ୍ୱାସ୍ଥ୍ୟ ବିଶେଷଜ୍ଞ କହିବା ପରେ ଅଭିଭାବକମାନେ ଛାନିଆ ହୋଇ ପଡ଼ିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ଦୈନିକ ୧୦୦ରୁ ଊର୍ଦ୍ଧ୍ୱ ଶିଶୁ କରୋନାରେ ଆକ୍ରାନ୍ତ ହେଉଛନ୍ତି ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୪୫ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୪୩୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୩୧୦ । ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାବାଦ ଅନୁଗୁଳରୁ ୧୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୨, ବରଗଡ଼ରୁ ୧୧, ଭଦ୍ରକରୁ ୯, କଟକରୁ ୧୨୦, ଦେବଗଡ଼ରୁ ୬, ଢେଙ୍କାନାଳରୁ ୯, ଗଂଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୨୭, କନ୍ଧମାଳ-୩, କେନ୍ଦ୍ରାପଡ଼ାରୁ ୧୮, କେନ୍ଦୁଝରରୁ ୫ ଚିହ୍ନଟ ହୋଇଛନ୍ତି।
ସେହିପରି କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଂଜରୁ ୩୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୨୪ ଓ ଷ୍ଟେଟ୍ପୁଲ୍ରୁ ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୯୯୯୮୫୯ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍ ହେଉଛି ୭୦୮୭ ।
ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ, କଟକ, ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବାଦ କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮,୦୮୪କୁ ବୃଦ୍ଧି ପାଇଛି।
The post ରାଜ୍ୟରେ ପୁଣି ୧୦୦ରୁ ଅଧିକ ଛୁଆ ପଜିଟିଭ ଚିହ୍ନଟ appeared first on Odisha Reporter.
from Odisha Reporter https://ift.tt/3DY8OPf
No comments:
Post a Comment