ଆଜି ଗଶେଶ ଚର୍ତୁଥୀ, ଗାଇଡଲାଇନ୍‌ ଭିତରେ ହେବ ପୂଜା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 9, 2021

ଆଜି ଗଶେଶ ଚର୍ତୁଥୀ, ଗାଇଡଲାଇନ୍‌ ଭିତରେ ହେବ ପୂଜା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭାଦ୍ରବ ଶୁକ୍ଳ ଚତୁର୍ଥୀ ବା ଗଶେଶ ଚର୍ତୁଥୀ । ବିଘ୍ନ ବିନାଶକଙ୍କ ପୂଜା । ହେଲେ କଟକଣା ଭିତରେ ପୂଜା ପାଇବେ ଗଜାନନ । ଦୁଇ ବର୍ଷ ହେଲା କରୋନା ଯୋଗୁଁ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା ହେଉନି । କେବଳ ପରମ୍ପରା ରକ୍ଷା ଲାଗି ଘରେ ଘରେ ପୂଜା ହେଉଅଛି । କଟକଣା ଭିତରେ ପୂଜା ହେଉଥିବାରୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ସେତେଟା ଉତ୍ସାହ ନାହିଁ ।

ଓଡ଼ିଶାର ଜଟଣୀ ଓ କଟକରେ ଗଣେଶ ପୂଜା ବେଶ୍ ଧୁମଧାମରେ ପାଳନ ହୋଇଥାଏ । ହେଲେ ଏଥର ସେଭଳି ଆଡ଼ମ୍ବର ନାହିଁ । ତେବେ କଟକ ସହରରେ ଗଣେଶ ପୂଜା କରିବା ଲାଗି ମଣ୍ଡପଗୁଡ଼ିକୁ ଜିଲ୍ଲାପାଳ ଅନୁମତି ପ୍ରଦାନ କରିଛନ୍ତି ।  କୋଭିଡ ଗାଇଡଲାଇନର ଉଲ୍ଲଂଘନ ହେଲେ ଆବଶ୍ୟକ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ । ସେପଟେ ମହାମାରୀ କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ପାଇଁ ମୁମ୍ବାଇରେ ପୁଲିସ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି  । ୧୦ରୁ ୧୯ ତାରିଖ ଯାଏ ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳରେ ଏହି ନିୟମ ବଳବତ୍ତର ରହିବ ।

ସେହିପରି ଗଶେଶ ଚତୁର୍ଥୀ ବେଳେ ଶ୍ରଦ୍ଧାଳୁମାନେ କୌଣସି ପେଣ୍ଡାଲ ବୁଲିବାକୁ ଯାଇ ପାରିବେ ନାହିଁ । ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ବିଭିନ୍ନ ସ୍ଥାନରେ ପୁଲିସ୍ ଫୋର୍ସ ମୁତୟନ ହେବେ । ଅନଲାଇନ କିମ୍ବା ଗଣମାଧ୍ୟମ ଜରିଆରେ ପ୍ରତିମୂର୍ତ୍ତିକୁ ଦର୍ଶନ କରିପାରିବେ ।

ଗଣେଶ ପୂଜା ଅବସରରେ ବିଶ୍ୱ ଶାନ୍ତି ପାଇଁ ପୁରୀ ବେଳାଭୂମୀରେ ବାଲୁକା କଳାକୃତି ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।  ବାଲି ଓ ଶାମୁକା ବ୍ୟବହାର କରି ଏହି କଳାକୃତି ନିର୍ମାଣ କରିଛନ୍ତି ସୁଦର୍ଶନ। ଦେଶ ପାଇଁ ଶାନ୍ତି ବାର୍ତ୍ତା ଦେବା ସହ ପୂଜା ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପୁରୀରେ ବାଲୁକା କଳାରେ ଗଣେଶ କଳାକୃତି।

ଏହି କଳାକୃତିରେ ୭ ହଜାରରୁ ଅଧିକ ଶାମୁକା ବ୍ୟବହାର ହୋଇଛି । ଏହାକୁ ନିର୍ମାଣ ପାଇଁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥିଲା। ଏହି କଳାକୃତିକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ ଜମିଥିଲା ।

The post ଆଜି ଗଶେଶ ଚର୍ତୁଥୀ, ଗାଇଡଲାଇନ୍‌ ଭିତରେ ହେବ ପୂଜା appeared first on Odisha Reporter.



from Odisha Reporter https://ift.tt/3niJspe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages