୬୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୨ଜଣ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 23, 2021

୬୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୨ଜଣ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷରୁ କମ୍ ବର୍ଗର।

୬୪୪ଆକ୍ରାନ୍ତଙ୍କ ମଧ୍ୟରୁ ୩୭୫ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪, ଭଦ୍ରକରୁ ୭, ବଲାଙ୍ଗିରରୁ ୫, କଟକରୁ ୭୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୦, ଝାରସୁଗୁଡ଼ାରୁ ୫,କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ଜଣେ, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୧୫, ନୟାଗଡ଼ରୁ ୬, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୩ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇସାରିଛନ୍ତି। ୫,୭୧୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି। ଏହି ୭ ଜଣଙ୍କ ମଧ୍ୟରେ ଅନୁଗୋଳ, କଟକ, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାର ଜଣେ ଲେଖାଏଁ ଅଛନ୍ତି।

 

 

The post ୬୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୨ଜଣ ଛୁଆ appeared first on Odisha Reporter.



from Odisha Reporter https://ift.tt/3zA51US

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages