୨୫ସେପ୍ଟେମ୍ବର, ଶନିବାର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 24, 2021

୨୫ସେପ୍ଟେମ୍ବର, ଶନିବାର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ସୁଖମୟ ହେବ।

ବୃଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ଆର୍ଥିକ ଉନ୍ନତି ଦେଖା ଦେବ।

ମିଥୁନ: ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ଭାଇଭଉଣୀଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ।

କର୍କଟ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଘରର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ସିଂହ: ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ।

କନ୍ୟା: ଦୁଃଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ପରିବାରରେ ସୁଖଶାନ୍ତି ବଜାୟ ରହିବ।

ତୁଳା: ସନ୍ତାନମାନେ ଆଜ୍ଞାଧୀନ ହେବେ। ଅପରାହ୍ନରେ ଶୁଭ ଖବର ଶୁଣି ଖୁସି ହେବେ। ଆୟ ଓ ବ୍ୟୟ ପ୍ରାୟତଃ ସମାନ ରହିବ।

ବିଛା: ଖୁସି ରହିବେ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଗାଡ଼ି ଚଲେଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ।

ଧନୁ: ସବୁ ଦିଗରୁ ସଫଳତା ମିଳିବ। ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକେ ଭୁଲ୍ ବୁଝାମଣାର ଶିକାର ହେବେ।

କୁମ୍ଭ: ଆଶା ଆକାଂକ୍ଷା ପୂରଣ ହେବ। ମାନସମ୍ମାନ ବଢ଼ିବ। ପରିବାରର କୌଣସି ସଦସ୍ୟଙ୍କ ସହିତ ଥିବା ମନାନ୍ତର ଦୂର ହେବ।

ମୀନ: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ।

The post ୨୫ସେପ୍ଟେମ୍ବର, ଶନିବାର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ appeared first on Odisha Reporter.



from Odisha Reporter https://ift.tt/3AHDuCi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages