ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ନିଖୋଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 26, 2021

ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ନିଖୋଜ

ପାଟନା: ବିହାରରେ ବଡ଼ ଦୁର୍ଘଟଣା। ବିବହାର ମୋତିହାରୀରେ ମଝି ନଦୀରେ ଏକ ଯାତ୍ରୀବାହୀ ଡଙ୍ଗା ଓଲଟି ପଡିଛି। ସିକରହନା ନଦୀରେ ଡଙ୍ଗା ଓଲଟି ୨୨ ଜଣ ନିଖୋଜ ଥିବା ବେଳେ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୁଲିସ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପହଞ୍ଚି ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ଜାରି ରଖିଛି।

ସୂଚନା ମୁତାବକ ଉକ୍ତ ଡଙ୍ଗାରେ ୨୫ ଜଣ ଯାତ୍ରୀ ଥିଲେ। ସମସ୍ତେ ଘାସ ଆଣିବା ପାଇଁ ଯାଉଥିଲେ। ମଝି ନଇରେ ହଠାତ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟିପଡିଥିଲା। ଡଙ୍ଗା ବୁଡିବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଲୋକେ ଭୟଭିତ ହୋଇ ପଡିଛନ୍ତି। ସେପଟେ ସ୍ଥାନୀୟ ଲୋକଙ୍କ ସହାୟତାରେ ଜଣେ ଶିଶୁର ମୃତଦେହ ଉଦ୍ଧାର ହେଇଛି। ସେପଟେ ଚାରି ଜଣ ମହିଳା ଗୁରୁତର ଅଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନଦୀ ନିକଟରେ ପ୍ରବଳ ଭିଡ ଜମି ରହିଛି। ସେପଟେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

 

The post ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ନିଖୋଜ appeared first on Odisha Reporter.



from Odisha Reporter https://ift.tt/3o4INYZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages