୬ରେ ଆସୁଛି ଲଘୁଚାପ, ୨ ଦିନ ଛେଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 3, 2021

୬ରେ ଆସୁଛି ଲଘୁଚାପ, ୨ ଦିନ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ଦୁଇଦିନ  ପ୍ରବଳ ବର୍ଷା ହେବ । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା  ସାଙ୍ଗକୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏନେଇ ପାଣିପାଗ ବିଭାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ଉତ୍ତର ବଙ୍ଗୋପସାଗର ତଥା ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଫଳରେ ୬ ଓ ୭ରେ  ପ୍ରବଳ ବର୍ଷା ହେବ ।

The post ୬ରେ ଆସୁଛି ଲଘୁଚାପ, ୨ ଦିନ ଛେଚିବ appeared first on Odisha Reporter.



from Odisha Reporter https://ift.tt/2YhYtx0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages