ବିପଦ ସଙ୍କେତ ଉପରେ ବୈତରଣୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 13, 2021

ବିପଦ ସଙ୍କେତ ଉପରେ ବୈତରଣୀ

ଭଦ୍ରକ (ପାର୍ଥ ସାରଥି ନାୟକ): ଲଘୁଚାପ ଜନିତ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିଥିବା ବେଳେ ବୈତରଣୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଭଦ୍ରକ ଜିଲ୍ଲା ଆଖୁଆପଦା ଆନିକଟରେ ବୈତରଣୀର ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ଏବେ ସେଠାରେ ୧୭.୯୩ ମିଟର ଉପରେ ଜଳ ପ୍ରବାହିତ ହେଉଛି। ହେଲେ ସକାଳ ୭ଟା ମଧ୍ୟରେ ସେଠାରେ ୧୭.୭୧ ମିଟରରେ ଜଳ ପ୍ରବାହିତ ହେଉଥିଲା।  ବୈତରଣୀରେ ବନ୍ୟା ଆସିଲେ ମୁଖ୍ୟତଃ ଭଣ୍ଡାରିପୋଖରୀ, ଧାମନଗର, ତିହିଡି ଓ ଚାନ୍ଦବାଲି ବ୍ଲକର ବହୁ ପଞ୍ଚାୟତ ଜଳମଗ୍ନ ହୋଇଯାଇଥାଏ।

ବୈତରଣୀରେ ବଢ଼ୁଛି ଜଳସ୍ତର

ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଆଜି ବି ଅନେକ ସ୍ଥାନରେ ବର୍ଷା ହେଉଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଲାଗି ରହିଛି। ଆଜି ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଇଛି।

The post ବିପଦ ସଙ୍କେତ ଉପରେ ବୈତରଣୀ appeared first on Odisha Reporter.



from Odisha Reporter https://ift.tt/2XhZsg5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages