ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ। ବଙ୍ଗୋପସାଗର ପୂର୍ବମଧ୍ୟ ବାଂଲାଦେଶ-ମିଆଁମାର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ଦାନା ବାନ୍ଧୁଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଏହି ଘୂର୍ଣ୍ଣିବଳୟ ସକ୍ରିୟ ହୋଇସାରିଥିବା ବେଳେ ଏହା ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜି, ଆସନ୍ତାକାଲି ଓ ୩୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବ। ମୁଖ୍ୟତଃ ୨୯ ଓ ୩୦ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ବାତ୍ୟା ଗୁଲାବ୍ କ୍ରମଶ ଦୁର୍ବଳ ହୋଇ ଓଡ଼ିଶା ଅତିକ୍ରିମ କରି ଛତିଶଗଡ଼ ପଳାଇଛି। ‘ଗୁଲାବ’ ପ୍ରଭାବରେ ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। କୋରାପୁଟର ପଟାଙ୍ଗି ଅଞ୍ଚଳରେ ସର୍ବାଧିକ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଛି।
The post ‘ଗୁଲାବ’ ଗଲା, ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ appeared first on Odisha Reporter.
from Odisha Reporter https://ift.tt/2XVxhnv
No comments:
Post a Comment