ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କୋର୍ଟ ପରିସରକୁ ତିନି ଦିନ ପାଇଁ ସିଲ୍ କରି ଦିଆଯାଇଛି। କୋର୍ଟର ୧୫ ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଆଜିଠୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କୋର୍ଟ ପରିସର ସିଲ୍ ରହିବ ବୋଲି ସୂଚନା ମିଳିଛି।
କୋଭିଡ୍ ସଂକ୍ରମଣ ପାଇଁ ଜିଲ୍ଲା କୋର୍ଟ, ଦେବୋତ୍ତର କମିଶନରଙ୍କ କାର୍ଯ୍ୟାଳୟ ମଧ୍ୟ ତିନି ଦିନ ବନ୍ଦ ରହିବ। ଏହାସହ କୋର୍ଟ ପରିସରରେ ଥିବା ବାର୍ ଆସୋସିଏସନ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ଜଣାଯାଇଛି । ୨୭ ତାରିଖରେ କ୍ୟାମ୍ପ ଖୋଲାଯାଇ ସବୁ କର୍ମଚାରୀଙ୍କ RTPCR ଟେଷ୍ଟ କରାଯିବ।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦୦ ତଳକୁ ରହୁଥିବା ବେଳେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୩୯ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୧୬ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୨୩। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ପଜିଟିଭ ଚିହ୍ନଟ ହୋଇଛନ୍ତି।
The post ଭୁବନେଶ୍ୱର କୋର୍ଟ ପରିସର ୩ ଦିନ ସିଲ୍ appeared first on Odisha Reporter.
from Odisha Reporter https://ift.tt/3i5jUbU
No comments:
Post a Comment