୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ୍ ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 12, 2021

୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ୍ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା। ସ୍ଥିତିକୁ ଦୃଷ୍ଟିରେ ରଖି ୧୨ଟି ଜିଲ୍ଲାରେ ୨ ଦିନ (ଆଜି ଓ ଆସନ୍ତାକାଲି) ପାଇଁ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ବରଗଡ଼ ଓ ଜଗତସିଂହପୁରରେ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଏଯାବତ୍ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲି ନଥିବା ବେଳେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ ଖୋଲିଛି।

ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଦିନ ତମାମ ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ। ସେହି ଜିଲ୍ଲା ଗୁଡ଼ିକ ହେଉଛି- ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼।

ସେହିପରି ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରବଳ ବର୍ଷା ହେବ। ସମ୍ବଲପୁର, ଦେବଗଡ଼, ସୋନପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବ। ସେହିପରି ଅନୁଗୋଳ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ।

ରବିବାର ସକାଳ ସାଢ଼େ ୮ଟାରୁ ସୋମବାର (ଆଜି) ସକାଳ ସାଢ଼େ ୮ଟା ମଧ୍ୟରେ ଅର୍ଥାତ୍ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ୧୯୫ ମିମି, ପାରାଦୀପରେ ୨୧୯ ମିମି, ବାଲେଶ୍ୱରରେ ୨୪ ମିମି, ଗୋପାଳପୁରରେ ୬୪ ମିମି ଓ ଚାନ୍ଦବାଲିରେ ୪୬ ମିମି ବର୍ଷା ରେକର୍ଡ କରାଯାଇଛି।

ଜଗତସିଂହପୁର ଜିଲ୍ଲାରେ ଲଗାଣ ବର୍ଷାରେ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୩ ଦିନ ହେଲା ବର୍ଷା ଲାଗି ରହିଥିବାରୁ ଅନେକ ଲୋକଙ୍କ ଘରେ ପାଣି ପଶିଯାଇଛି। ବାଲିକୁଦା, ଏରସମା, ତିର୍ତ୍ତୋଲ, ନାଉଗାଁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି।

ପାରାଦୀପରେ ଜୋରରେ ବର୍ଷା ହେଉଥିବା ବେଳେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବର୍ଷା ସାଙ୍ଗକୁ ପବନ ଯୋଗୁଁ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ମଧୁବନ ଅଞ୍ଚଳବାସୀ ସମ୍ପୂର୍ଣ୍ଣ ଭାବେ ଜଳବନ୍ଦୀ ହୋଇଯାଇଛନ୍ତି। ଅନେକ ତଳିଆ ଅଞ୍ଚଳରେ ପାଣି ଜମି ଯାଇଛି। ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। କୁଜଙ୍ଗରେ ଗଛ ସାଙ୍ଗକୁ କେତେକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଛି। କୁଜଙ୍ଗ ଥାନାରେ ପାଣି ପଶିଯାଇଥିବାରୁ ଅଗ୍ନିଶମ ବାହିନୀ ଜରିଆରେ ନିଷ୍କାସନ କରାଯାଉଛି।

The post ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ୍ ଛୁଟି appeared first on Odisha Reporter.



from Odisha Reporter https://ift.tt/3BXkWhA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages