ଛୁଆଙ୍କ ସଂକ୍ରମଣରେ ଲାଗୁନି ବ୍ରେକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 8, 2021

ଛୁଆଙ୍କ ସଂକ୍ରମଣରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଛୁଆଙ୍କ ସଂକ୍ରମଣରେ ଲାଗୁ ନାହିଁ ବ୍ରେକ। ଦୈନିକ ୧୦୦ରୁ ଅଧିକ ଛୁଆଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୧୭ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୮ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୨୩ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ  ୩୨୭ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧, ଅନୁଗୋଳରୁ୧୬, ବାଲେଶ୍ୱରରୁ ୪୧, ବରଗଡ଼ରୁ୩, ଭଦ୍ରକରୁ ୧୫, ବଲାଙ୍ଗିରରୁ୨, ଦେବଗଡ଼ରୁ ୫, ଢେଙ୍କାନାଳରୁ୧୨, କଳାହାଣ୍ଡିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୬, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୯,  କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୫, କୋରାପୁଟରୁ ୧୧, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୧୯, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ପୁରୀରୁ  ୨୧, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୭, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍‌ ପୁଲ୍‌ରୁ ୭୬ ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୯ ହଜାର ୧୬୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ  ୭,୦୪୨ ଜଣ ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୭୮କୁ ବୃଦ୍ଧି ପାଇଛି।

ଏହି ୮ ମୃତକଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ୩ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୨ ଏବଂ ମୟୂରଭଞ୍ଜ, ଯାଜପୁର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୩କୁ ବୃଦ୍ଧି ପାଇଥିବା ବେଳେ ଖୋର୍ଦ୍ଧାରେ ୧,୪୭୪, ମୟୂରଭଞ୍ଜରେ ୨୭୩, ଯାଜପୁରରେ ୧୫୮ ଓ ନବରଙ୍ଗପୁରରେ ୭୫ରେ ପହଞ୍ଚିଛି।

The post ଛୁଆଙ୍କ ସଂକ୍ରମଣରେ ଲାଗୁନି ବ୍ରେକ୍‌ appeared first on Odisha Reporter.



from Odisha Reporter https://ift.tt/3BSpBBk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages