ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଗୁଲାବ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 26, 2021

ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଗୁଲାବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ‘ଗୁଲାବ’। ଗତ ୬ ଘଣ୍ଟା ହେଲା ଘଣ୍ଟାକୁ ୧୪ କିମି ବେଗରେ ଗତି କରୁଛି । ଆଗାମୀ ୬ ଘଣ୍ଟାରେ ଏହା  ଆହୁରି ଦୁର୍ବଳ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହା ପ୍ରଭାବରେ ଆନ୍ଧ୍ରପ୍ରଦେଶର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ବାତ୍ୟା ‘ଗୁଲାବ’ର ପ୍ରଭାବ ବିଶେଷ ଭାବେ ଭାରତ ଉପରେ ପଡ଼ିନାହିଁ। ହେଲେ ଗତକାଲି ରାତିଠୁ ରାଜ୍ୟରେ ବର୍ଷା ଲାଗି ରହିଛିା ଗଜପତି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ବର୍ଷା ହେଉଛି।

ବର୍ତ୍ତମାନର ପରିସ୍ଥିତିକୁ ଦେଖି  ଆଜି ପାଇଁ ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, କନ୍ଧମାଳ ଏବଂ କଳାହାଣ୍ଡିରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ବାତ୍ୟା ‘ଗୁଲାବ’ ପ୍ରଭାବରେ ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ରାତି ତମାମ ଝିପି ଝିପି ବର୍ଷା ହୋଇଛି। ବର୍ଷା ଯୋଗୁ ମୋହନା ବ୍ଲକର ଲିଲିଗଡ଼, ମଣିକାପୁର ଓ ଆର.ଉଦୟଗିରି ବ୍ଲକ ଚମ୍ପାଘାଟିରେ ଗଛ  ଭାଙ୍ଗିଯାଇଛି।  ଅଗ୍ନିଶମ ବାହିନୀ ପହଞ୍ଚି ଗଛ ଗୁଡ଼ିକ କାଟି ରାସ୍ତା ଅବରୋଧ ହଟାଇଛନ୍ତି। ପ୍ରଶାସନର ପୂର୍ବ ପ୍ରସ୍ତୁତି ଅନୁସାରେ ମୋହନା ଓ ଆର.ଉଦୟଗିରି ବ୍ଲକ ପାହାଡ଼ିଆ  ଅଞ୍ଚଳର ଗ୍ରାମବାସୀଙ୍କୁ ବିଭିନ୍ନ ଆଶ୍ରୟ ସ୍ଥଳୀରେ ରଖାଯାଇ ରନ୍ଧା  ଖାଦ୍ୟ ଦିଆଯାଉଛି।

ଗତକାଲି ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଲ୍ୟାଣ୍ଡଫଲ୍ କରିଥିଲା ବାତ୍ୟା ଗୁଲାବ’।  ବର୍ତ୍ତମାନ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି।

 

The post ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଗୁଲାବ’ appeared first on Odisha Reporter.



from Odisha Reporter https://ift.tt/3zDS0cU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages