ଆହୁରି ୩ ଦିନ ବର୍ଷିବ, ଆଜି ପାଇଁ ୧୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 11, 2021

ଆହୁରି ୩ ଦିନ ବର୍ଷିବ, ଆଜି ପାଇଁ ୧୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ମଧ୍ୟ  ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ଓ୍ୱାର୍ଣ୍ଣିଂ ଜାରି କରିଛି । ଆଜି ପାଇଁ ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି  ।

ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ  ୱାର୍ଣ୍ଣିଂ ଜାରି ହୋଇଛି ।  ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ  ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା  ହେବ।  ଏହା  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ୨-୩ ଦିନ ମଧ୍ୟରେ ଗତି କରିବ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି ।

ଲଘୁଚାପ ପ୍ରଭାବରେ  ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ । ୧୩ ତାରିଖ ବେଳକୁ ବର୍ଷା ବଢ଼ିପାରେ। ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ସମୁଦ୍ରରେ ୪୫ରୁ ୬୫ କିମି ପର୍ଯ୍ୟନ୍ତ ପବନ ବୋହିପାରେ ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ କହିଛନ୍ତି।

The post ଆହୁରି ୩ ଦିନ ବର୍ଷିବ, ଆଜି ପାଇଁ ୧୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି appeared first on Odisha Reporter.



from Odisha Reporter https://ift.tt/3C2FCEP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages