୨ ଦିନ ଯାଏ ପ୍ରବଳ ବର୍ଷିବ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 5, 2021

୨ ଦିନ ଯାଏ ପ୍ରବଳ ବର୍ଷିବ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ।  ଏହା ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷିବ। ମୁଖ୍ୟତଃ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।

ବିଶେଷ କରି ୨୨ଟି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବାର ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି । ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ୬ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ । ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ବଢିବ । ଦକ୍ଷିଣ ଓଡିଶାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦କିଲୋମିଟର ରହିପାରେ ।

ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ତେଣୁ ଏହି ବର୍ଷା  ଚାଷୀଙ୍କୁ କିଛି ପରିମାଣରେ ଆଶ୍ୱସ୍ତ କରିପାରେ  ବୋଲି ଆକଳନ କରାଯାଉଛି।

The post ୨ ଦିନ ଯାଏ ପ୍ରବଳ ବର୍ଷିବ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା appeared first on Odisha Reporter.



from Odisha Reporter https://ift.tt/2YlCR2Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages