ରାଜ୍ୟରେ ପୁଣି ୧୦୦ରୁ ଅଧିକ ଛୁଆ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 21, 2021

ରାଜ୍ୟରେ ପୁଣି ୧୦୦ରୁ ଅଧିକ ଛୁଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟରେ ଛୁଆଙ୍କ ସଂକ୍ରମଣକୁ ନେଇ ଘାରୁଛି ଚିନ୍ତା । କିଛି ଦିନ ହେବ ଛୁଆ ସଂକ୍ରମଣରେ ସାମାନ୍ୟ ବ୍ରେକ ଲାଗିଥିବା ବେଳେ ଗତ ୨୪ ଘଣ୍ଟାରେ ୧୦୦ରୁ ଊର୍ଦ୍ଧ୍ୱ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୦୧ ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି। ୭୩୪ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୨୪ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୩୧୦। ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୧୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦, ବରଗଡ଼ରୁ୫, ଭଦ୍ରକରୁ୧୦, କଟକରୁ୯୧, ଢେଙ୍କାନାଳରୁ ୫, ଗଜପତି ଜଣେ,  ଗଞ୍ଜାମ ୬, ଜଗତସିଂହପୁରରୁ ୩୨, ଯାଜପୁର ୨୯, ଝାରସୁଗୁଡ଼ା ୩, କନ୍ଧମାଳରୁ ଜଣେ,କେନ୍ଦ୍ରାପଡ଼ା ୬, କେନ୍ଦୁଝର ୩, ଖୋର୍ଦ୍ଧା ୩୩୫, କୋରାପୁଟ ୪ ଓ ମାଲକାନଗିରି ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ୨୭, ନୟାଗଡ଼ ୭, ନୂଆପଡ଼ାରୁ ଜଣେ,ପୁରୀରୁ ୧୭, ରାୟଗଡ଼ା ୪, ସମ୍ବଲପୁର ୭, ସୋନପୁରରୁ ଜଣେ, ସୁନ୍ଦରଗଡ଼ ୧୩ ଓ ଷ୍ଟେଟପୁଲରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୦୮,୨୨୬ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍‌ ହେଉଛି ୫୫୨୧।

ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  କଟକ, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ  ଜଣେ  ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୮,୧୫୦ କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ପୁଣି ୧୦୦ରୁ ଅଧିକ ଛୁଆ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3lQ7XYs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages