ଯୁକ୍ତ ୨ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ହେବ ଅଫଲାଇନ୍‌ ପରୀକ୍ଷା, କାଲିଠୁ ଆବେଦନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 1, 2021

ଯୁକ୍ତ ୨ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ହେବ ଅଫଲାଇନ୍‌ ପରୀକ୍ଷା, କାଲିଠୁ ଆବେଦନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇରେ ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଦେଇପାରିବେ ଅଫଲାଇନ୍‌ ପରୀକ୍ଷା । ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏଥିନିମନ୍ତେ ଆସନ୍ତାକାଲିଠାରୁ ଆବେଦନ କରିହେବ । ୭ ତାରିଖ ହେଉଛି ଆବେଦନର ଶେଷ ଦିନ । ଯେତେ ପିଲା ଆବେଦନ କରିବେ, ସେହି ଅନୁସାରେ ପରୀକ୍ଷା ସୂଚୀ ଓ ପରୀକ୍ଷା କେନ୍ଦ୍ର ନିର୍ଦ୍ଧାରଣ କରାଯିବ ।

ଛାତ୍ରଛାତ୍ରୀମାନେ ବିନା ଦେୟରେ ପରୀକ୍ଷା ଦେବେ । ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ସେପ୍ଟେମ୍ବର ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ପରୀକ୍ଷା କରାଯିବ । ଆସନ୍ତା କାଲିଠୁ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ଆରମ୍ଭ ହେବ । ଏଥିପାଇଁ କଲେଜଗୁଡ଼ିକୁ ଏକ ଲିଙ୍କ୍‌ ପ୍ରଦାନ କରାଯିବ। ଯାହା ମାଧ୍ୟମରେ ଛାତ୍ରଛାତ୍ରୀ ପଞ୍ଜୀକରଣ କରିପା‌ରିବେ ।

କରୋନା ପାଇଁ ଏଥର ଯୁକ୍ତ ଦୁଇ ପରୀକ୍ଷା ହୋଇ ପାରିନଥିଲା । ତେଣୁ ବିକଳ୍ପ ଉପାୟ ଭାବେ ମାଟ୍ରିକ ମାର୍କକୁ ଆଧାର କରି ଛାତ୍ରଛାତ୍ରୀଙ୍କୁ ମାର୍କ ଦିଆଯାଇଥିଲା ।  ଏଥିରେ ବହୁ  ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ । ତେଣୁ  ଅଫଲାଇନ୍‌ ପରୀକ୍ଷା କରାଯିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି।

ଅଫଲାଇନ୍‌ ପରୀକ୍ଷା ଦେଲେ ବିକଳ୍ପ ମୂଲ୍ୟାୟନରେ ମିଳିଥିବା ମାର୍କ କାଏମ୍ ରହିବ ନାହିଁ  । ଅଫଲାଇନ୍‌ ମାର୍କ ହିଁ ଚୂଡ଼ାନ୍ତ ହେବ । ପଞ୍ଜୀକରଣ ଶେଷ ହେବା ପରେ ପରୀକ୍ଷାର୍ଥୀଙ୍କ ସଂଖ୍ୟାକୁ ଦେଖି ପରୀକ୍ଷା ସୂଚୀ ଓ କେନ୍ଦ୍ର ଧାର୍ଯ୍ୟ ହେବ ।  ଯୁକ୍ତ୨ରେ ବିଷୟ ସଂଖ୍ୟା ଅଧିକ ଥିବାରୁ ସବୁ ବିଷୟରେ ପରୀକ୍ଷା କଲେ ଅଧିକ ସମୟ ଲାଗିବ । ତେଣୁ ସମସ୍ତ ବିଷୟର ପରୀକ୍ଷା ହେବନି। । ଆବେଦନକାରୀଙ୍କ ସଂଖ୍ୟକୁ ଦୃଷ୍ଟିରେ ରଖି କିଭଳି ଓ କେଉଁ ପ୍ରମୁଖ ବିଷୟରେ ପରୀକ୍ଷା କରାଯିବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

The post ଯୁକ୍ତ ୨ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ହେବ ଅଫଲାଇନ୍‌ ପରୀକ୍ଷା, କାଲିଠୁ ଆବେଦନ appeared first on Odisha Reporter.



from Odisha Reporter https://ift.tt/3jDuxUm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages