୧୨ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 24, 2021

୧୨ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର):  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଗାମୀ ୧୨ ଘଣ୍ଟାରେ ଅଧିକ ଘନିଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଗତ ୬ ଘଣ୍ଟାରେ ଏହା ୧୪ କିମି ବେଗରେ ଉପକୂଳ ମୁହାଁ ହେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଅବପାତ ଏବେ ଗୋପାଳପୁରଠାରୁ ପୂର୍ବ ଓ ଦକ୍ଷିଣପୂର୍ବକୁ ୫୮୦ କିମି ଦୂରରେ ଅବସ୍ଥିତ ରହିଛି । କଳିଙ୍ଗପତନମର ପୂର୍ବକୁ ୬୬୦ କିମି ଦୂରରେ ଏହା କେନ୍ଦ୍ରୀଭୂତ ହେଉଛି। ଆସନ୍ତାକାଲି ସଂଧ୍ୟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଏହା ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ଦେଇ ଅତିକ୍ରମ କରିପାରେ।

ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ଆଜିଠୁ ୨୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ।  ପ୍ରବଳ ବର୍ଷା ଓ ବନ୍ୟାକୁ ଆଖି ଆଗରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ବର୍ଷା ଏବଂ ଏହା ପରବର୍ତ୍ତୀ ବନ୍ୟା, ଭୂସ୍ଖଳନ ଓ ପବନ ଜନିତ କ୍ଷୟକ୍ଷତି ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି

 

The post ୧୨ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର appeared first on Odisha Reporter.



from Odisha Reporter https://ift.tt/3lWuRO7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages