ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩୦ ଯାଏଁ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 28, 2021

ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩୦ ଯାଏଁ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଲଘୁଚାପ କ୍ଷେତ୍ର ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୩୦ ତାରିଖ ଯାଏଁ ଏଠାରେ ବର୍ଷା ହେବ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପସାଗରରେ ଏହିତ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷରେ ବାତ୍ୟା ଗୁଲାବ୍ କ୍ରମଶଃ ଦୁର୍ବଳ ହୋଇ ଓଡ଼ିଶା ଅତିକ୍ରିମ କରି ଛତିଶଗଡ଼ ପଳାଇଛି। ଓଡ଼ିଶାରେ ଏହା ପ୍ରଭାବ ସେତେ ପଡ଼ି ନଥିଲା। ଏଥିଯୋଗୁଁ ସେମିତି କିଛି ବଡ଼ କ୍ଷୟକ୍ଷତି ହୋଇନାହିଁ। ତେବେ ୫ ଦିନ ମଧ୍ୟରେ ଜିଲ୍ଲାପାଳମାନଙ୍କୁ ରିପୋର୍ଟ ଦେବାକୁ କୁହାଯାଇଥିବା ଗତକାଲି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା ଦେଇଥିଲେ। ‘ଗୁଲାବ’ ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା। କୋରାପୁଟର ପଟାଙ୍ଗି ଅଞ୍ଚଳରେ ସର୍ବାଧିକ ୧୪୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା।

The post ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩୦ ଯାଏଁ ବର୍ଷା appeared first on Odisha Reporter.



from Odisha Reporter https://ift.tt/2ZEfEtx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages