ଜଳଦ କୁମାର ତ୍ରିପାଠୀ ହେବେ ମୁଖ୍ୟ ସୂଚନା କମିଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 21, 2021

ଜଳଦ କୁମାର ତ୍ରିପାଠୀ ହେବେ ମୁଖ୍ୟ ସୂଚନା କମିଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ତାମିଲନାଡ଼ୁ ପୁଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଜଳଦ କୁମାର ତ୍ରିପାଠୀ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ପାଇବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଥିବା ଚୟନ କମିଟି ବୈଠକରେ ତାଙ୍କ ନାଁ ଉପରେ ମୋହର ବାଜିଛି ଓ ରାଜ୍ୟପାଳଙ୍କ ମଞ୍ଜୁରୀ ପରେ ସେ ତାଙ୍କ ନିଯୁକ୍ତି ସଂକ୍ରାନ୍ତ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ବୋଲି ଜଣାପଡ଼ିଛି ।
ମିଳିଥିବା ସୂଚନା ଅନୁସାରେ,  ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ ଅବସର ପରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ରାଜ୍ୟ ସରକାର ୩ଜଣ ବରିଷ୍ଠ ଅଧିକାରୀଙ୍କ ନାଁକୁ ସର୍ଟଲିଷ୍ଟ କରିଥିଲେ । ତାମିଲନାଡୁର ପୂର୍ବତନ ପୁଲିସ ଡିଜି ଜଳଦ କୁମାର ତ୍ରିପାଠୀ, ରାଜ୍ୟର ପୂର୍ବତନ ପିସିସିଏଫ ସନ୍ଦୀପ ତ୍ରିପାଠୀ ଓ ଆଇପିଏସ୍ ଏମ.ଅକ୍ଷୟଙ୍କ ନାଁକୁ ସର୍ଟଲିଷ୍ଟ କରାଯାଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ଚୟନ କମିଟି ବୈଠକରେ ଜେକେ ତ୍ରିପାଠୀଙ୍କ ନାଁରେ ମୋହର ବାଜିଥିବା ଜଣାପଡ଼ିଛି । ସେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ ଦୌଡ଼ରେ ରହିଥିଲେ ।

ତାମିଲନାଡୁ କ୍ୟାଡ଼ରର ଓଡ଼ିଆ ଆଇପିଏସ୍ ଶ୍ରୀ ତ୍ରିପାଠୀ ୨୦୨୧ ଜୁନ୍ ୩୦ତାରିଖରେ ପୁଲିସ ଡିଜି ପଦବୀରୁ ଅବସର ନେଇଥିଲେ । ସେ ଚେନ୍ନାଇ ପୁଲିସ କମିଶନର ଭାବେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ।  ୨୦୦୮ ମସିହାରେ ସେ ପ୍ରଥମ ପୁଲିସ୍ ଭାବେ ପବ୍ଲିକ ଆଡମିନିଷ୍ଟ୍ରେସନରେ ଉଲ୍ଲେଖନୀୟ ସେବା ପାଇଁ ‘ପ୍ରଧାନମନ୍ତ୍ରୀ ଆୱାର୍ଡ’ରେ ସମ୍ମାନିତ ହୋଇଥିଲେ । ଶ୍ରୀ ତ୍ରିପାଠୀଙ୍କ ଘର କଟକ ଜିଲ୍ଲାର ସାଲେପୁର ବ୍ଲକର ଭେଡ଼ା ଗାଁରେ ବୋଲି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ୨୦୨୧ ଅଗଷ୍ଟ ୧୫ରୁ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ବାଳକୃଷ୍ଣ ମହାପାତ୍ର ଏବେ ଅସ୍ଥାୟୀ ଭାବେ ରାଜ୍ୟ ମୁଖ୍ୟ ସୂଚନା କମିଶନ ଦାୟିତ୍ୱ ତୁଲାଉଛନ୍ତି ।ଏବେ ରାଜ୍ୟ ସୂଚନା କମିଶନରେ ବାଳକୃଷ୍ଣ ମହାପାତ୍ରଙ୍କ ସମେତ ବିକ୍ରମ କୁମାର ସେନାପତି, ଦିଲ୍ଳୀପ କୁମାର ବିଶୋୟୀ ଓ ସଞ୍ଜୟ କେଶରୀ ସ୍ୱାଇଁ ସଦସ୍ୟ ଭାବେ କାର୍ଯ୍ୟ କରୁଛନ୍ତି ।

The post ଜଳଦ କୁମାର ତ୍ରିପାଠୀ ହେବେ ମୁଖ୍ୟ ସୂଚନା କମିଶନ appeared first on Odisha Reporter.



from Odisha Reporter https://ift.tt/3u0B1QF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages