ପିପିଲି ଉପନିର୍ବାଚନ: ୪ଟି ବୁଥ୍‌ରେ ଇଭିଏମ୍‌ ଅଚଳ, ସଜାଡ଼ିବା ପରେ ଚାଲିଲା ଭୋଟ୍‌ ଗ୍ରହଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 29, 2021

ପିପିଲି ଉପନିର୍ବାଚନ: ୪ଟି ବୁଥ୍‌ରେ ଇଭିଏମ୍‌ ଅଚଳ, ସଜାଡ଼ିବା ପରେ ଚାଲିଲା ଭୋଟ୍‌ ଗ୍ରହଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ଆଜି ସକାଳୁ ଚାଲିଛି ଭୋଟ୍‌ ଗ୍ରହଣ। ସକାଳ ୭ଟାରୁ ବୁଥ୍‌ ଗୁଡ଼ିକରେ ଲୋକେ ସେମାନଙ୍କ ମତ ସାବ୍ୟସ୍ତ କରୁଥିବା ବେଳେ ୪ଟି ବୁଥ୍‌ରେ ଇଭିଏମ୍ ଅଚଳ ହୋଇଯାଇଥିଲା। ଫଳରେ ଉକ୍ତ ବୁଥ୍‌ ଗୁଡ଼ିକରେ କିଛି ସମୟ ଧରି ମତଦାନ ପ୍ରକ୍ରିୟା ପ୍ରଭାବିତ ହୋଇଥିଲା।

୧୩୯-A, ୧୭୭, ୧୮୮ ଓ ନୂଆଶାସନ ଦକ୍ଷିଣ ସାହିର ୨୦୩ ନମ୍ବର ବୁଥ୍‌ରେ ଇଭିଏମ୍ ଅଚଳ ହୋଇଯାଇଥିଲା। ତେବେ ଏଗୁଡ଼ିକୁ ସଜାଡ଼ିବା ପରେ ପୁଣି ମତଦାନ ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ମୋଟ ଉପରେ ସକାଳ ୯ଟା ସୁଦ୍ଧା ୭.୮ ପ୍ରତିଶତ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଥିବା ଜଣାପଡ଼ିଛି।

ଏହି ଉପନିର୍ବାଚନରେ ମୋଟ ୨ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୩୪୮ ବୁଥ୍ କରାଯାଇଛି। ୩୪୮ଟି ବୁଥ୍‌ ମଧ୍ୟରୁ ୨୦୧ଟି ସମ୍ବେଦଶୀଳ ରହିଛି। କୌଣସି ପ୍ରକାର ଗଡ଼ବଡ଼କୁ ରୋକିବା ପାଇଁ ଏହି ସମ୍ବେଦନଶୀଳ ବୁଥ୍ ଗୁଡ଼ିକ ମଧ୍ୟରୁ ୧୭୫ଟିରେ ୱେବ୍‌କାଷ୍ଟିଂ ଓ ୧୨ଟିରେ ଭିଡିଓଗ୍ରାଫି ବ୍ୟବସ୍ଥା ହୋଇଛି। ସେହିପରି ୨୩ଟି ବୁଥ୍‌ରେ ମାଇକ୍ରୋ ଅବଜରଭର୍ ମୁତୟନ ହୋଇଛନ୍ତି।

ସମସ୍ତ ବୁଥ୍‌ରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦୁଇ ହଜାରରୁ ଅଧିକ ପୁଲିସ୍ ଫୋର୍ସଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି। ସେମାନଙ୍କ ମଧ୍ୟରେ ୩ କମ୍ପାନୀ ବିଏସ୍‌ଏଫ୍ ଅଛନ୍ତି।

The post ପିପିଲି ଉପନିର୍ବାଚନ: ୪ଟି ବୁଥ୍‌ରେ ଇଭିଏମ୍‌ ଅଚଳ, ସଜାଡ଼ିବା ପରେ ଚାଲିଲା ଭୋଟ୍‌ ଗ୍ରହଣ appeared first on Odisha Reporter.



from Odisha Reporter https://ift.tt/2WtPCbc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages