ମହାନଦୀକୁ ଡେଇଁ ପଡ଼ିଲେ ଲ୍ୟାବ୍‌ ଆସିଷ୍ଟାଣ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 25, 2021

ମହାନଦୀକୁ ଡେଇଁ ପଡ଼ିଲେ ଲ୍ୟାବ୍‌ ଆସିଷ୍ଟାଣ୍ଟ

କଟକ (ଓଡ଼ିଶା ରିପୋର୍ଟର): କଟକ ଜଗତପୁର ସ୍ଥିତ ମହାନଦୀ ବ୍ରିଜରୁ ଜଣେ ଲ୍ୟାବ୍ ଆସିଷ୍ଟାଣ୍ଟ ତଳକୁ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ସେ ଏବେ ନିଖୋଜ ଅଛନ୍ତି। ତାଙ୍କ ନାଁ ଦେବାଶିଷ ଦାସ। ତାଙ୍କ ଘର ଚାଉଳିଆଗଞ୍ଜରେ। ସେ ଭୁବନେଶ୍ୱରର ଏକ କଲେଜରେ ଲ୍ୟାବ୍ ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ।

ଜଗତପୁର ପୁଲିସ୍ ଦେଇଥିବା ସୂଚନା ଅନୁଯାୟୀ, ଦେବାଶିଷ ଆଜି ତାଙ୍କ ଚାଉଳିଆଗଞ୍ଜ ସ୍ଥିତ ଘରୁ ଟାଙ୍ଗୀ ଅଭିମୁଖେ କାର୍‌ରେ ଯାଉଥିଲେ। ତାଙ୍କ ସାଙ୍ଗରେ ଡ୍ରାଇଭର ଥିଲେ। ମହାନଦୀ ବ୍ରିଜ୍ ଉପରେ ସେ ହଠାତ୍ କାର୍‌କୁ ଅଟକାଇଥିଲେ। କାର୍ ଅଟକିବା ପରେ ସେ ଓହ୍ଲାଇ ହଠାତ୍ ନଦୀକୁ ଡେଇଁ ପଡ଼ିଥିଲେ।

ଡ୍ରାଇଭରଙ୍କ ବୟାନ ଆଧାରରେ ପୁଲିସ୍ ଏହି ସୂଚନା ଦେଇଛି। ତେବେ ପୁଲିସ୍ ଘଟଣାକୁ ଗୁରୁତର ସହିତ ନେଇଛି। ସଂପୃକ୍ତ ଡ୍ରାଇଭରଙ୍କୁ ମଧ୍ୟ ପୁଲିସ୍ ପଚରାଉଚରା କରୁଛି। ଏହା ସହିତ ନିଖୋଜ ଲ୍ୟାବ୍ ଆସିଷ୍ଟାଣ୍ଟଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଆରମ୍ଭ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଲ୍ୟାବ୍‌ ଆସିଷ୍ଟାଣ୍ଟ ଦେବାଶିଷ ଦାସ କିଛି ଦିନ ଧରି ଚିନ୍ତିତ ରହୁଥିଲେ। ପାରିବାରିକ ସମସ୍ୟା ନେଇ ସେ ଚିନ୍ତିତ ଥିଲେ। ତେବେ ସମସ୍ତ ଦିଗକୁ ତର୍ଜମା କରି ପୁଲିସ୍ ଘଟଣାର ତଦନ୍ତ କରୁଛି।

The post ମହାନଦୀକୁ ଡେଇଁ ପଡ଼ିଲେ ଲ୍ୟାବ୍‌ ଆସିଷ୍ଟାଣ୍ଟ appeared first on Odisha Reporter.



from Odisha Reporter https://ift.tt/2Zo5Rrc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages