୬୨୮ ପଜିଟିଭ୍‌ଙ୍କ ମଧ୍ୟରେ ୯୬ ଜଣ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 16, 2021

୬୨୮ ପଜିଟିଭ୍‌ଙ୍କ ମଧ୍ୟରେ ୯୬ ଜଣ ଛୁଆ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୯୬ ଜଣ ଅଛନ୍ତି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୫ ଜଣ କରୋନା ପଜିଟିଜ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୨, ବରଗଡ଼ରୁ ୭, ଭଦ୍ରକରୁ ୭, ବଲାଙ୍ଗିରରୁ ଜଣେ, କଟକରୁ ୭୨, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫, ଗଜପତିରୁ ୨, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୨, କୋରାପୁଟରୁ ୧୬, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୭, ପୁରୀରୁ ୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୨୩ ଓ ଷ୍ଟେଟ ପୁଲ୍‌ରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ପଜିଟିଭି  ସଂଖ୍ୟା ୧୦,୧୮,୯୨୬ ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦,୦୪,୮୪୫ଜଣ ସୁସ୍ଥ ହୋଇ ସାରିଲେଣି। ୫,୯୦୬ ଜଣ ଚିକିତ୍ସାଧୀନ ରହିଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୨ କୁ ବୃଦ୍ଧି ପାଇଛି। ଏହି ୪ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ଭଦ୍ରକ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୩ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୧୪୮୪, ଭଦ୍ରକରେ ୧୪୧ ଓ ଜଗତସିଂହପୁରରେ ୨୯୬କୁ ବୃଦ୍ଧି ପାଇଛି।

The post ୬୨୮ ପଜିଟିଭ୍‌ଙ୍କ ମଧ୍ୟରେ ୯୬ ଜଣ ଛୁଆ appeared first on Odisha Reporter.



from Odisha Reporter https://ift.tt/2XqbQLP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages