ଆହୁରି ବର୍ଷିବ: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 13, 2021

ଆହୁରି ବର୍ଷିବ: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ଏବେ ଚାନ୍ଦବାଲିର ପଶ୍ଚିମ-ଉତ୍ତରପଶ୍ଚିମରେ ୨୦ କିଲୋମିଟର ଦୂରରେ ଓ କେନ୍ଦୁଝରଗଡ଼ର ପୂର୍ବ-ଦକ୍ଷିଣପୂର୍ବରେ ୧୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ଗତି କରିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ଆସନ୍ତା ୨୪ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲା ପାଇଁ ରେଡ୍‌, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆସନ୍ତା ୨୪ ଘଣ୍ଟାରେ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼ ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ୨୦ ସେମି) ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତି ଭୀଷଣ (୨୦ ସେମି ପାଖାପାଖି) ବର୍ଷା ହୋଇପାରେ। ସେଥିପାଇଁ ଏହି ୫ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଆସନ୍ତା ୨୪ ଘଣ୍ଟାରେ ୧୦ଟି ଜିଲ୍ଲା- ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଓ କଟକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

୯ଟି ଜିଲ୍ଲାରେ କିଛି କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ଳ କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ପୁରୀ ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି। ଜିଲ୍ଲାର ୫ଟି ସ୍ଥାନରେ ୩୦୦ ମିମିରୁ ଅଧିକ ବର୍ଷା ହୋଇଛି। ଅସ୍ତରଙ୍ଗରେ ୫୩୦ ମିମି ଓ କାକଟପୁରରେ ୫୨୫ମିମି ବର୍ଷା ହୋଇଥିବା ବେଳେ ପୁରୀରେ ୩୪୨.୫ ମିମି ବର୍ଷା ହୋଇଛି। ପୁରୀରେ ବର୍ଷା ୮୭ ବର୍ଷର ରେକର୍ଡ ଭଙ୍ଗ କରିଛି।

ତାଙ୍କ ସୂଚନା ଅନୁଯାୟୀ, ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୪୪୦ ମିମି ବର୍ଷା ହୋଇଥିବା ବେଳେ କଟକ ଜିଲ୍ଲା କଣ୍ଟାପଡ଼ାରେ ୩୮୧ ମିମି ଓ ନିଆଳିରେ ୩୭୦ ମିମି ବର୍ଷା ହୋଇଛି। ୨୦ଟି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇଥିବା ବେଳେ ୫୭ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ବିଗତ ୫ ବର୍ଷରେ ଗୋଟିଏ ଦିନରେ ଏତେ ବର୍ଷା କେବେ ରେକର୍ଡ ହୋଇ ନଥିଲା ବୋଲି ପାଣିପାଗ ବିଜ୍ଞାନୀ ଶ୍ରୀ ଦାସ କହିଛନ୍ତି।

The post ଆହୁରି ବର୍ଷିବ: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/3tJqbP6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages