ସ୍ୱର୍ଣ୍ଣ ପରେ ବ୍ରୋଞ୍ଜ ପଦକ ଜିତିଲେ ଅବନୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 2, 2021

ସ୍ୱର୍ଣ୍ଣ ପରେ ବ୍ରୋଞ୍ଜ ପଦକ ଜିତିଲେ ଅବନୀ

ଟୋକିଓ: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର୍ ଅବନୀ ଲଖେରା। ଅବନୀ ପାରାଲିମ୍ପିକ୍ସରେ ତାଙ୍କର ଦ୍ୱିତୀୟ ପଦକ ଜିତିଛନ୍ତି। ଶୁକ୍ରବାର ଅବନୀ ମହିଳାଙ୍କ ୫୦ ମିଟର୍ ରାଇଫଲ୍-୩ ପୋଜିସନ୍ ଏସଏଚ୍-୧ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ପଦକ ସହ ଚଳିତ ଗେମ୍ସରେ ଭାରତର ପଦକ ସଂଖ୍ୟା ୧୨ରେ ପହଞ୍ଚି ଯାଇଛି।

ଚଳିତ ଗେମ୍ସରେ ଅବନୀଙ୍କର ଏହା ଦ୍ୱିତୀୟ ପଦକ। ଏହା ପୂର୍ବରୁ ଅବନୀ ମହିଳାଙ୍କ ଆର୍-୨ ୧୦ ମିଟର୍ ଏୟାର୍ ରାଇଫଲ୍ କ୍ଲାସ୍ ଏସଏଚ୍-୧ରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ। ସେ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ହୋଇଛନ୍ତି। ଏବେ ବ୍ରୋଞ୍ଜ ପଦକ ଜିତି ଅବନୀ ଆଉଏକ ଇତିହାସ ରଚିଛନ୍ତି। ଅବନୀ ଭାରତର ପ୍ରଥମ ଆଥଲେଟ୍ ଭାବେ କୌଣସି ପାରାଲିମ୍ପିକ୍ସରେ ଡବଲ୍ ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି।

ଆଜି ଇଭେଣ୍ଟରେ ୧୯ ବର୍ଷୀୟା ଅବନୀ ୪୪୫.୯ ସ୍କୋର ସହ ତୃତୀୟ ସ୍ଥାନରେ ରହି ଏହି ପଦକ ନିଜ ନାଁରେ କରିଛନ୍ତି। ଏହି ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଚାଇନାର କୁଇପିଙ୍ଗ ଝାଙ୍ଗ। ସେ ଫାଇନାଲରେ ୪୫୭.୯ ସ୍କୋର ସହ ପ୍ରଥମ ସ୍ଥାନରେ ରହିଥିବା ବେଳେ ଜର୍ମାନୀର ନତାଶା ହିଲଟ୍ରପ୍ ୪୫୭.୧ ସ୍କୋର ସହ ରୌପ୍ୟ ପଦକ ଜିତିଛନ୍ତି।

ମ୍ୟାଚରେ ଅବନୀ ଚତୁର୍ଥ ସ୍ଥାନରେ ଥିଲେ। କିନ୍ତୁ ଏହା ପରେ ସେ ଚମତ୍କାର ପ୍ରଦର୍ଶନ କରି ୧୦.୫ ଶଟ୍ ଲଗାଇଥିଲେ, ଯାହାଦ୍ୱାରା ତାଙ୍କର ସ୍କୋର ୪୪୫.୯ ହୋଇଥିଲା। ଏହି ମାର୍କ ତାଙ୍କୁ ବ୍ରୋଞ୍ଜ ପଦକ ଜିତାଇବାରେ ସହାୟକ ହୋଇଥିଲା। ତାଙ୍କ ପଛରେ ଥିଲେ ୟୁକ୍ରେନର ଇରିନା ଶେତନିକ୍, ଯିଏ ୪୩୫.୩ ସ୍କୋର ସହ ଚତୁର୍ଥରେ ରହିଛନ୍ତି।

The post ସ୍ୱର୍ଣ୍ଣ ପରେ ବ୍ରୋଞ୍ଜ ପଦକ ଜିତିଲେ ଅବନୀ appeared first on Odisha Reporter.



from Odisha Reporter https://ift.tt/3tdcqI1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages