ରାଜ୍ୟରେ ଚିହ୍ନଟ ହେଲେ ୬୪୯ ଆକ୍ରାନ୍ତ, ୧୦୩ କେବଳ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 11, 2021

ରାଜ୍ୟରେ ଚିହ୍ନଟ ହେଲେ ୬୪୯ ଆକ୍ରାନ୍ତ, ୧୦୩ କେବଳ ଛୁଆ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୩ ପଜିଟିଭ ବାହାରିଛନ୍ତି। ୬୪୯ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍  ହେଉଛି ୨୬୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାବାଦ ରାଜ୍ୟରେ ୬ ଆକ୍ରାନ୍ତ କରୋନାରେ ଆଖି ବୁଜିଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ୮୦୯୮ ପଜିଟିଭଙ୍କ ମୃତ୍ୟୁ ହୋଇଛି।

ଅନୁଗୁଳ ଜିଲ୍ଲାରୁ ୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଂଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡି଼ରୁ ୨, କନ୍ଧମାଳରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଂଜରୁ ୩୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫, ଷ୍ଟେଟ୍‌ ପୁଲ୍‌ରୁ ୫୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨କୁ ବୃଦ୍ଧି ପାଇଛି।  ସେମାନଙ୍କ ମଧ୍ୟରୁ ୧୦,୦୧୨୫୪ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍‌ ହେଉଛି ୬୯୫୭ ।

ରାଜ୍ୟରେ ଆଖି ବୁଜିଥିବା ୬ କରୋନା ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ପୁରୀରୁ ୨ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖା ପଜିଟିଭ ଆଖି ବୁଜିଛନ୍ତି।

The post ରାଜ୍ୟରେ ଚିହ୍ନଟ ହେଲେ ୬୪୯ ଆକ୍ରାନ୍ତ, ୧୦୩ କେବଳ ଛୁଆ appeared first on Odisha Reporter.



from Odisha Reporter https://ift.tt/2YQeTx1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages