ବିଦ୍ୟୁତ୍‌ ଖୁଣ୍ଟରୁ ରାଜମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 18, 2021

ବିଦ୍ୟୁତ୍‌ ଖୁଣ୍ଟରୁ ରାଜମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): ବିଦ୍ୟୁତ୍ ଖୁଣ୍ଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ଭଏଁରୀ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗଜରାଜ ନାଏକ । ତାଙ୍କୁ ୪୦ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ଗଜରାଜଙ୍କ ମୃତଦେହ ବିଦ୍ୟୁତ୍ ଖୁଣ୍ଟ ଉପରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପୁଲିସ, ଅଗ୍ନିଶମ ବାହିନୀ ଓ ବିଦ୍ୟୁତ ବିଭାଗ କର୍ମଚାରୀ ଦୀର୍ଘ ୨ ଘଣ୍ଟା ଚେଷ୍ଟା କରିବା ପରେ ଜୟରାମଙ୍କ ମୃତଦେହକୁ ବିଦ୍ୟୁତଖୁଣ୍ଟରୁ ଉଦ୍ଧାର କରିଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ କଲମପୁର ଡାକ୍ତରଖାନାକୁ ପଠାଯାଇଛି।

ଜୟରାମ ଆତ୍ମହତ୍ୟା କରିଛନ୍ତି ନା ଆଉ କିଛି ଘଟିଛି, ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। ଜୟରାମ ରାଜ ମିସ୍ତ୍ରୀ ଭାବେ କାମ କରୁଥିଲେ। ଜୟରାମ ବିବାହ କରିଥିଲେ ଓ ତାଙ୍କର ଗୋଟିଏ ଝିଅ ଅଛି।

 

The post ବିଦ୍ୟୁତ୍‌ ଖୁଣ୍ଟରୁ ରାଜମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର appeared first on Odisha Reporter.



from Odisha Reporter https://ift.tt/3Exs5ae

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages