୩୦ ସେପ୍ଟେମ୍ବର, ଗୁରୁବାର:ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 29, 2021

୩୦ ସେପ୍ଟେମ୍ବର, ଗୁରୁବାର:ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ।

ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ।

ମିଥୁନ: ଶୁଭ ସମ୍ବାଦ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ।

କର୍କଟ: ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ।

ସିଂହ: ସ୍ୱାସ୍ଥ୍ୟ ଭଲ ରହିବ।  ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଋଣଭାର ଲାଘବ ହେବ।

କନ୍ୟା: କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଅଧିକ ପରିଶ୍ରମ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବିଚ୍ଛା: ମନବଳ ଦୃଢ଼ ରହିବ। ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ରହିଛି।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ।

ମକର: ବାକିଥିବା ଅର୍ଥ ପ୍ରାପ୍ତି ହେବ। ପରିବାର ସଦସ୍ୟଙ୍କ ବାହାରକୁ ବୁଲିବାକୁ ଯାଇପାରନ୍ତି।  ଘରକୁ ଅତିଥି ଆସିପାରନ୍ତି।

କୁମ୍ଭ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

 

The post ୩୦ ସେପ୍ଟେମ୍ବର, ଗୁରୁବାର:ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି appeared first on Odisha Reporter.



from Odisha Reporter https://ift.tt/39PEHLX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages