ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 5, 2021

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟାନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର।  କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ୬ ଓ ୭ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡିଶାରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର। ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି। ୧ ଜୁନ ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।

The post ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ appeared first on Odisha Reporter.



from Odisha Reporter https://ift.tt/3BFLiEA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages