୫୬୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 28, 2021

୫୬୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ  ୫୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୬୫ ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩୭ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୋଳରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ୨୮, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ୪, କଟକରୁ୬୧, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦, ଯାଜପୁର୨୮, ଝାରସୁଗୁଡ଼ା ୨, କଳାହାଣ୍ଡି ୩, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ୪, କେନ୍ଦୁଝରରୁ୪, କୋରାପୁଟରୁ ୪ଓ ମୟୂରଭଞ୍ଜରୁ ୨୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୨, ନୂଆପଡ଼ା ୩, ପୁରୀରୁ୧୨, ରାୟଗଡ଼ାରୁ୨, ସମ୍ବଲପୁରରୁ୧୧, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟପୁଲରୁ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୫୮୭୪କୁ  ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୨,୧୧୬ସୁସ୍ଥ ହୋଇ ସାରିଥିବା ବେଳେ ୫,୫୧୩ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୨କୁ ବୃଦ୍ଧି ପାଇଛି। ଏହି ୫ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ  ଆଖି ବୁଜି ଛନ୍ତି।

The post ୫୬୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଛୁଆ appeared first on Odisha Reporter.



from Odisha Reporter https://ift.tt/3F1YDcH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages