ରାଜ୍ୟରେ ୬୦୯ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ ଛୁଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 5, 2021

ରାଜ୍ୟରେ ୬୦୯ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବର୍ଗର ଅଛନ୍ତି। ସେହିପରି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୫ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୩, ଅନୁଗୋଳରୁ ୧୨, ବାଲେଶ୍ୱରରୁ ୩୧, ବରଗଡ଼ରୁ ୯, ଭଦ୍ରକରୁ ୧୮, ବଲାଙ୍ଗିରରୁ ୪, ଦେବଗଡ଼ରୁ ୪, ଢେଙ୍କାନାଳରୁ ୮, ଗଜପତିରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୧, ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୮, କୋରାପୁଟରୁ ୬, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୫, ନୟାଗଡ଼ାରୁ ୫, ପୁରୀରୁ ୨୦, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୬, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

୪ଟି ଜିଲ୍ଲା- ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ୬୦୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୭ ହଜାର ୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬,୯୯୬ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି।

ଏହି ୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ବାଲେଶ୍ୱରରୁ ଜଣେ ଅଛନ୍ତି। ଏହା ସହିତ ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୬୮କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମରେ ୪୭୩, ପୁରୀରେ ୪୪୩ ଓ ବାଲେଶ୍ୱରରେ ୨୮୫କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୬୦୯ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ ଛୁଆ appeared first on Odisha Reporter.



from Odisha Reporter https://ift.tt/3jOKKGy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages