ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଛି।
୬୮୧ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୯୮ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୮୩ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନୁଗୁଳରୁ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪, ବରଗଡ଼ରୁ ୧୪, ଭଦ୍ରକରୁ ୯, ବୌଦ୍ଧରୁ ୩, କଟକରୁ ୧୦୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୯, ଗଂଜାମରୁ ୧୩, ଜଗତସିଂହପୁରରୁ ୧୯, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୪, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହାବାଦ କୋରାପୁଟରୁ ୩, ମାଲକାନଗିରିରୁ ୩, ମୟୂରଭଂଜରୁ ୨୭, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୦, ପୁରୀରୁ ୨୬, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦, ସୁବର୍ଣ୍ଣପୁରରୁ ୬, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟପୁଲରୁ ୪୮ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୫୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯,୯୫,୪୭୪ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍ ହେଉଛି ୭୧୮୬ ।
ରାଜ୍ୟରେ ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
The post ରାଜ୍ୟରେ ୬୮୧ ପଜିଟିଭ ଚିହ୍ନଟ, ୫ ମୃତକଙ୍କ ସୂଚନା ମିଳିଲା appeared first on Odisha Reporter.
from Odisha Reporter https://ift.tt/2WLYqsG
No comments:
Post a Comment