ବର୍ଷକୁ ୭୦ ଲକ୍ଷ ଲୋକଙ୍କ ଜୀବନ ନେଉଛି ବାୟୁ ପ୍ରଦୂଷଣ, ଗାଇଡଲାଇନ ଜାରି କଲା ହୁ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 22, 2021

ବର୍ଷକୁ ୭୦ ଲକ୍ଷ ଲୋକଙ୍କ ଜୀବନ ନେଉଛି ବାୟୁ ପ୍ରଦୂଷଣ, ଗାଇଡଲାଇନ ଜାରି କଲା ହୁ’

ଜେନେଭା: ଦୀର୍ଘ ୧୫ ବର୍ଷରେ ପରେ ବାୟୁର ଗୁଣବତ୍ତାକୁ ନେଇ ପ୍ରଥମଥର ପାଇଁ ଗାଇଡାଲଇନ ଜାରି କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ’)। ଶେଷଥର ପାଇଁ ୨୦୦୫ରେ ହୁ’ ପକ୍ଷରୁ ବାୟୁର ଗୁଣବତ୍ତାକୁ ନେଇ ଗାଇଡଲାଇନ ଜାରି କରାଯାଇଥିଲା। ବାୟୁ ପ୍ରଦୂଷଣ ଯୋଗୁ ବର୍ଷକ ପ୍ରାୟ ୭୦ ଲକ୍ଷ ଲୋକଙ୍କ ଜୀବନ ଯାଉଛି।

ତେଣୁ ବାୟୁ ପ୍ରଦୂଷଣ ପାଇଁ ସୃଷ୍ଟି ହେଉଥିବା ଫୁସଫୁସ ସମ୍ପର୍କିତ ରୋଗ ଉପରେ ରୋଗ ଲଗାଇବା ଓ ମୃତ୍ୟୃହାରକୁ ହ୍ରାସ କରିବା ଲକ୍ଷ୍ୟ ନେଇ ହୁ’ ଏପରି ଗାଇଡଲାଇନ ଜାରି କରିଛି। ମିଳିତ ଜାତିସଂଘର ୧୯୪ ସଦସ୍ୟ ଦେଶକୁ ହୁ’ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନରେ ପ୍ରଦୂଷଣର ସୃଷ୍ଟି ହେଉଥିବା ସର୍ବାଧିକ ସ୍ତରକୁ ହ୍ରାସ କରାଯାଇଛି।

ନୂଆ ଗାଇଡଲାଇନରେ ଜୀବାଶ୍ମ ଇନ୍ଧନରୁ ମିଳୁଥିବା କଣିକା ମ୍ୟାଟର ଓ ନାଇଟ୍ରୋଜେନ୍ ଡାଇଅକ୍ସାଇଡର ସ୍ତରକୁ ହ୍ରାସ କରିବା ପାଇଁ ସୁପାରିସ କରାଯାଇଛି। ବାୟୁ ପ୍ରଦୂଷଣ ଜଳବାୟୁ ପରିବର୍ତ୍ତନର ପ୍ରମୁଖ କାରଣ। ଏଥିସହ ଲୋକଙ୍କ ସ୍ୱାସ୍ଥ୍ୟ ଓ ପରିବେଶ ପାଇଁ ଏହା ସବୁଠାରୁ ବଡ଼ ବିପଦ।

ବାୟୁ ପ୍ରଦୂଷଣ ଯୋଗୁ ସମଗ୍ର ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୭୦ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ତେଣୁ ବାୟୁ ପ୍ରଦୂଷଣ ଜନିତ ସମସ୍ୟାକୁ ସୁଧାରି ପାରିଲେ ଲୋକଙ୍କ ଜୀବନ ରକ୍ଷା ହୋଇପାରିବ ବୋଲି ଏଥିରେ କୁହାଯାଇଛି।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଦୂଷଣକୁ ହ୍ରାସ କରିବା ପାଇଁ particulate matter(ପିଏମ)ର ବାର୍ଷିକ ହାରାହାରି ପିଏମ ୨.୫ସ୍ତରକୁ ୧୦ ମାଇକ୍ରୋଗ୍ରାମ ପ୍ରତି କ୍ୟୁବିକ୍ ମିଟରରୁ ୫କୁ ହ୍ରାସ କରିଛି। ସେହିପରି ପିଏମ୧୦ର ସ୍ତରକୁ ୨୦ ମାଇକ୍ରୋଗ୍ରାମ୍ସରୁ ୧୫କୁ ହ୍ରାସ କରାଯାଇଛି। ଯଦି ବର୍ତ୍ତମାନ ବିଶ୍ୱରେ ଜାରି ରହିଥିବା ପ୍ରଦୂଷଣକୁ ହ୍ରାସ କରାଯାଇପାରିବ, ତା’ହେଲେ ପିଏମ୨.୫ ସହ ଜଡ଼ିତ ମୃତ୍ୟୁକୁ ପ୍ରାୟ ୮୦% ହ୍ରାସ କରାଯାଇପାରିବ।

ନିର୍ଦ୍ଦେଶାବଳୀରେ କୁହାଯାଇଛି ଯେ ଯଦି ପ୍ରସ୍ତାବିତ ମାନଦଣ୍ଡ ପାଳନ କରାଯାଏ, ତେବେ PM 2.5 ରୁ ଘଟୁଥିବା ୮୦% ମୃତ୍ୟୁକୁ ରୋକାଯାଇପାରିବ। particulate matter ନିଃଶ୍ୱାସପ୍ରଶ୍ୱାସ ଦ୍ୱାରା ସିଧା ଫୁସଫୁସରେ ପହଞ୍ଚିଥାଏ। ସେଠାରୁ ଏହା ରକ୍ତରେ ମିଶି ଯାଏ। ଏହାଦ୍ୱାରା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥାଏ। ପରିବହନ ଠାରୁ ଆରମ୍ଭ କରି କୃଷି କ୍ଷେତ୍ର ଓ ଶିଳ୍ପ କାରଖାନାରୁ ଏହି ପିଏମ ସାଧାରଣତଃ ନିର୍ଗତ ହୋଇଥାଏ।

The post ବର୍ଷକୁ ୭୦ ଲକ୍ଷ ଲୋକଙ୍କ ଜୀବନ ନେଉଛି ବାୟୁ ପ୍ରଦୂଷଣ, ଗାଇଡଲାଇନ ଜାରି କଲା ହୁ’ appeared first on Odisha Reporter.



from Odisha Reporter https://ift.tt/3ACjWiq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages