ଆଜିଠୁ ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 28, 2021

ଆଜିଠୁ ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ଆଜିଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ ।  ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣ ମାନଙ୍କୁ ଦେଇ ବରଣ କରିଵେ।

ମା’  ବିମଳାଙ୍କ ପୀଠ ନିମନ୍ତେ ପୂଜକ, ଜଣେ ପରୀଚ୍ଛା,ଚଣ୍ଡୀପାଠ,ମନ୍ତ୍ରଯାପକ,ସହସ୍ରନାମ ପାଠକଙ୍କୁ ବରଣ କରାଯିବ।  ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା ଭୁବନେଶ୍ୱରୀ,ମା ବାଟମଙ୍ଗଳା,ଓ ମା ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେଵେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଆଲମଚଣ୍ଡୀ ଓ କପିଳେଷ୍ୱର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ,ଚଣ୍ଡୀପାଠକ ମାନଙ୍କୁ ମଧ୍ୟ ଆଜି ବରଣ କରାଯିବାର ପରମ୍ପରା ରହିଛି ।

The post ଆଜିଠୁ ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା appeared first on Odisha Reporter.



from Odisha Reporter https://ift.tt/2ZFWYJT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages