ଆଜି କାର୍ତ୍ତିକ ମାସ ପ୍ରଥମ ସୋମବାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 24, 2021

ଆଜି କାର୍ତ୍ତିକ ମାସ ପ୍ରଥମ ସୋମବାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମାସ କାର୍ତ୍ତିକର ପ୍ରଥମ ସୋମବାର। ଏଥିପାଇଁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ମହାଦେବଙ୍କ ଦର୍ଶନ କରି ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ।

ସେହିପରି ଶ୍ରୀକ୍ଷେତ୍ର ପୁରୀରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଭୋରରୁ ସ୍ନାନ ସାରି ତୁଳସୀ ଚଉରା ନିକଟରେ ପୂଜାର୍ଚ୍ଚନା କରି ବ୍ରତ ପାଳନ କରୁଛନ୍ତି ହବିଷ୍ୟାଳି।  ଚଳିତ ବର୍ଷ କରୋନା କଟକଣା ଥିବାରୁ ହବିଷ୍ୟାଳିଙ୍କ ଭିଡ଼ ଏତେଟା ନାହିଁ। ଲଜ୍ ଓ ହୋଟେଲରେ ହବିଷ୍ୟାଳିଙ୍କୁ ନ ରଖିବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।  ଏପରିକି ଏ ବର୍ଷ ପୁରୀ ନ ଆସିବାକୁ ହବିଷ୍ୟାଳିଙ୍କୁ ଅନୁରୋଧ କରିଥିଲା ପୁରୀ ଜିଲ୍ଲା ପ୍ରଶାସନ।

ଅନ୍ୟପକ୍ଷରେ କାର୍ତ୍ତିକ ପ୍ରଥମ ସୋମବାରରେ ଧବଳେଶ୍ୱରଙ୍କୁ ଦର୍ଶନ କରିପାରୁନାହାନ୍ତି ଶ୍ରଦ୍ଧାଳୁ। କୋଭିଡ୍ କଟକଣା ପାଇଁ ବାବଙ୍କ ପୀଠରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି। ଭୋର ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି କୁହାଯାଇଛି।

The post ଆଜି କାର୍ତ୍ତିକ ମାସ ପ୍ରଥମ ସୋମବାର appeared first on Odisha Reporter.



from Odisha Reporter https://ift.tt/2ZfrwSs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages